ପାଣିରେ ଭାସୁଥିଲା ଅଜଣା ମୃତଦେହ

ସୁନାବେଡ଼ା,୮ା୪(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୋଲିସ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ତାଙ୍କ ପରିଚୟ ମିଳିପାରିନାହିଁ। ପୂର୍ବାହ୍ନରେ ଦାମନଯୋଡ଼ି ଇଣ୍ଟେକ ରାସ୍ତାରେ ଥିବା କୋଲାବ ଜଳଭଣ୍ଡାରକୁ ଚଉଗାଁ ଗ୍ରାମର କେତେ ଜଣ ଯୁବକ ଶୌଚ ହେବା ପାଇଁ ଯାଇଥିଲେ। ଏହି ସମୟରେ ପାଣିରେ ଏକ ମୃତଦେହ ଭାସୁଥିବା ଦେଖି ସେମାନେ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ସେମିଳିଗୁଡ଼ା ଅଗ୍ନିଶମ କର୍ମଚାରୀ ପହଞ୍ଚି ଯୁବକମାନଙ୍କ ସହାୟତାରେ ମୃତଦେହକୁ ପାଣିରୁ ଉଦ୍ଧାର କରିଥିଲେ। ସୁନାବେଡ଼ା ଏସ୍‌ଆଇ ନିଳାଦ୍ରୀ କହଁର,ଏଏସ୍‌ଆଇ କିଶୋର ଚନ୍ଦ୍ର ବେହେରା ଏବଂ ହାବିଲଦାର ପ୍ରମୋଦ ଦଣ୍ଡସେନା ପହଞ୍ଚି ମୃତଦେହ ଜବତ କରି କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଥିଲେ। ଏନେଇ ସୁନାବେଡ଼ା ଥାନାରେ କେସ୍‌ ନଂ. ୧୩/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ସମ୍ପୃକ୍ତ ଯୁବକଙ୍କ ବୟସ ୩୦ରୁ ୪୦ ଭିତରେ ହେବ ବୋଲି ଅନୁମାନ କରାଯାଉଛି। ତେବେ ପରିଚୟ ଜାଣିବା ଲାଗି ପୋଲିସ ଆଖପାଖ ଅଞ୍ଚଳର ଯୁବକମାନଙ୍କୁ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri