Posted inଜାତୀୟ

ଚଳନ୍ତା ଟ୍ରେନରେ ସହଯାତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଅଜ୍ଞାତ ବ୍ୟକ୍ତି, ୩ ମୃତ-୮ ଆହତ…

କୋଝିକୋଡେ,୩।୪ : କେରଳର କୋଝିକୋଡେ ଜିଲାର ଏଲାଥୁର ନିକଟରେ ଜଣେ ଅଜ୍ଞାତ ବ୍ୟକ୍ତି ଚଳନ୍ତା ଟ୍ରେନରେ ସହଯାତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ରବିବାର ରାତିରେ ଏହି ଘଟଣା ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ରାତି ପ୍ରାୟ ୧୦ ଟା ସମୟରେ ଆଲାପୁଜା-କନ୍ନୁର ଏକ୍ସପ୍ରେସର ଡି-୧ ବଗିରେ ଏହି ଅଭାବନୀୟ ଘଟଣା ଘଟିଛି।

 

ରେଳବାଇ ସୂତ୍ରରୁ ପ୍ରକାଶ ଯେ ଅଭିଯୁକ୍ତଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। ନିଆଁ ଲଗାଇବା ପରେ ସେ ଚେନ ଟାଣି ପଳାଇ ଯାଇଥିଲେ। ଟ୍ରେନ କୋଝିକୋଡେ ଟାଉନ ଅତିକ୍ରମ କରିବା ପରେ କୋରାପୁଜା ରେଳ ବ୍ରିଜରେ ପହଞ୍ଚିବା ସମୟରେ ଯାତ୍ରୀମାନେ ରେଳ ସୁରକ୍ଷା ବଳ (ଆରପିଏଫ)କୁ ଖବର ଦେଇ ନିଆଁକୁ ଆୟତ୍ତ କରିଥିଲେ।

ପ୍ରାଥମିକ ସୂଚନା ଅନୁଯାୟୀ, ଏହି ଘଟଣା ପରେ ନିଆଁ ଲଗାଇଥିବା ବ୍ୟକ୍ତି ପଳାଇ ଯାଇଥିଲେ ବୋଲି ରେଳ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଜଳିଯାଇଥିବା ଆଠ ଜଣଙ୍କୁ ଆରପିଏଫ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ଆବଶ୍ୟକ ଯାଞ୍ଚ ପରେ ଟ୍ରେନକୁ ଗନ୍ତବ୍ୟ ସ୍ଥଳକୁ ପଠାଯାଇଥିଲା। ଖବର ଅନୁଯାୟୀ, ଦୁଇ ଜଣଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ଏହି ଘଟଣା ଘଟିଥିଲା। କୋଝିକୋଡେ ସିଟି ପୋଲିସ ଏବଂ ରେଳ ସୁରକ୍ଷା ବଳ ଏହି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

 

କୋଝିକୋଡେ ମେୟର ବିନା ଫିଲିପ କହିଛନ୍ତି ଯେ ପୋଲିସ ସୂତ୍ର ଅନୁଯାୟୀ ଅଭିଯୁକ୍ତ ଜଣେ ମହିଳାଙ୍କୁ ନିଆଁ ଲଗାଇବାକୁ ଚେଷ୍ଟା କରିଥିଲେ। ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଯେ ସନ୍ଦିଗ୍ଧଙ୍କର ଦୁଇଟି ବୋତଲ ପେଟ୍ରୋଲ ଥିଲା ଏବଂ ଯାତ୍ରୀମାନଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଅଭିଯୁକ୍ତ ଧଳା ସାର୍ଟ ପିନ୍ଧିଥିଲେ।

ଟ୍ରେନଟି କନ୍ନୁରରେ ପହଞ୍ଚିବା ପରେ କିଛି ଯାତ୍ରୀ ଅଭିଯୋଗ କରିଥିଲେ ଯେ ଘଟଣା ପରେ ଜଣେ ମହିଳା ଏବଂ ଶିଶୁ ନିଖୋଜ ଅଛନ୍ତି। ନିଖୋଜ ବ୍ୟକ୍ତିଙ୍କ ଖବର ସାମ୍ନାକୁ ଆସିବା ପରେ ନଗର ପୋଲିସ ଟ୍ରାକ ଯାଞ୍ଚ କରି ଜଣେ ମହିଳା, ଶିଶୁ ଏବଂ ମଧ୍ୟ ବୟସ୍କଙ୍କ ସମେତ ତିନୋଟି ମୃତଦେହ ଉଦ୍ଧାର କରିଥିଲା। ପୋଲିସ ସନ୍ଦେହ କରୁଛି ଯେ ନିଆଁ ଦେଖି ସେମାନେ ଟ୍ରେନରୁ ଖସିପଡିଥିଲେ କିମ୍ବା ତଳକୁ ଓହ୍ଲାଇବାକୁ ଚେଷ୍ଟା କରିଥିଲେ।

ଜିଲା ପୋଲିସର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ନିଖୋଜ ମହିଳା ଓ ଶିଶୁଙ୍କୁ ଟ୍ରାକରେ ମୃତଦେହ ମିଳିଛି। ଜଣେ ପୁରୁଷଙ୍କ ଅଜ୍ଞାତ ମୃତଦେହ ମିଳିଛି। ସନ୍ଦିଗ୍ଧଙ୍କ ସିସିଟିଭି ଫୁଟେଜ ଆମେ ପାଇଛୁ। ତଦନ୍ତ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri