ରାସ୍ତା ପାର୍‌ ହେଉଥିବାବେଳେ ଧକ୍କା ଦେଲା ଅଜଣା ଗାଡି: ଘଟଣାସ୍ଥଳରେ ଚାଲିଗଲା ଜୀବନ, ଘଣ୍ଟାଏ ରାସ୍ତା ଅବରୋଧ କଲେ…

ନିରାକାରପୁର, ୨୮।୪(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଜଂକିଆ ଥାନା ଅନ୍ତର୍ଗତ ବଡପୋଖରିଆ ନିକଟ ମା’ ବାଉତୀଙ୍କ ମନ୍ଦିର ସାମ୍ନା ୧୬ ନଂ ଜାତୀୟ ରାଜପଥରେ ସୋମବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ଅନ୍ଧାରରେ ରାସ୍ତା ଅତିକ୍ରମ କରୁଥିବାବେଳେ କୌଣସି ଅଜଣା ଗାଡି ଧକ୍କା ଦେଇ ଫେରାର୍‌ ହୋଇଯାଇ ଥିବାବେଳେ ଘଟଣାସ୍ଥଳରେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଖବରପାଇ ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ ରାସ୍ତାରେ ପଡିରହିଥିବା ମୃତଦେହ ପାଖରେ ପ୍ରାୟ ଏକ ଘଣ୍ଟା ରାସ୍ତାରୋକୋ ହୋଇଥିଲା। ପରେ ଘଟଣାସ୍ଥଳରେ ଜଂକିଆ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହିତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ସରକାରୀ ମେଡିକାଲକୁ ପଠାଇ ତଦନ୍ତ କରିଥିଲା। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନି। ଶୁଣିବାକୁ ମିଳୁଛି ଉକ୍ତ ବ୍ୟକ୍ତି ଜଣକ ଜଣେ ଅଣ ଓଡ଼ିଆ ଲୋକ। ସେ କୌଣସି କମ୍ପାନୀରେ କାର୍ଯ୍ୟରତ ଥିଲେ। ଏନେଇ ଜଙ୍କିଆ ଥାନା ଅଧିକାରୀ ସୁଶାନ୍ତ କୁମାର ବେହେରାଙ୍କୁ ପଚାରିବାରେ ଅନ୍ଧାରରେ ରାସ୍ତା ପାର୍‌ ହେଉଥିଲାବେଳେ କୌଣସି ଅଜଣା ଗାଡି ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଛି, ଆମେ ଶବକୁ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠେଇ ଦେଇଛୁ। ରାତି ହୋଇଯିବାରୁ ଆଜି ଶବ ବ୍ୟବଚ୍ଛେଦ ହେବ । ପରିଚୟ ନମିଳିଲେ ତାକୁ ଶବ ଗୃହରେ ରଖାଯିବ। ତେବେ ଏହି ମୃତ୍ୟୁକୁ ନେଇ କୋଣସି ଅଭିଯୋଗ ନ ହେବାରୁ ମାମଲା ରୁଜୁ ହୋଇପାରିନାହିଁ ବୋଲି ସେ ସୂଚନା ଦେଇଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?