ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ ଡାହାଣୀ ନାଳଠାରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରୁ ସମସ୍ତ ଯାତ୍ରୀ ନ ଥିବା ଦେଖିବାକୁ ମିଳିଛି। ନିକଟସ୍ଥ ମେଡିକାଲ କିମ୍ବା ପୋଲିସ ଫାଣ୍ଡିରେ ଏନେଇ କୌଣସି ସୂଚନା ନ ଥିବା ଫାଣ୍ଡି ଅଧିକାରୀ କହିଛନ୍ତି । ପାରିପାର୍ଶ୍ୱିକ ସ୍ଥିତିରୁ ଅନୁଧ୍ୟାନ କଲେ ଜଣାପଡୁଛି ଦୁର୍ଘଟଣା ପରେ ଗାଡ଼ିର ନମ୍ବର ବାହାର କରି ନେଇଛନ୍ତି। ଏପରିକି ଏହି ଗାଡ଼ିଟି ପୂର୍ବରୁ ଯେଉଁ ରଙ୍ଗ ଥିଲା, ଏବେ ଏହାକୁ ଧଳା କଲର କରାଯାଇଥିବା ଅନୁମାନ କରାଯାଉଛି । ଗାଡ଼ିଟି କାହାର ଓ କେଉଁଆଡେ ଯାଇଥିଲା କିପରି ଏହି ଦୁର୍ଘଟଣା ହେଲା , ସମ୍ପୂର୍ଣ୍ଣ ଘଟଣା ପୋଲିସ ତଦନ୍ତ ପରେ ହିଁ ଜଣାପଡ଼ିବ। ଘଟଣାସ୍ଥଳରେ ମୋହନା ପୋଲିସ ପହଞ୍ଚି ଗାଡିକୁ ଜବତ କରିବାସହ ଅଧିକ ତଦନ୍ତ କରୁଥିବା ଥାନା ଅଧିକାରୀ ବସନ୍ତ କୁମାର ସେଠୀ କହିଛନ୍ତି ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri