Posted inଜାତୀୟ

ସୁପ୍ରିମକୋର୍ଟରେ ହେବ ଜରୁରୀ ଶୁଣାଣି

ନୂଆଦିଲ୍ଲୀ,୩।୩(ପି.ଟି.): ନିର୍ବାଚନ ବେଳେ ଭୋଟରମାନଙ୍କୁ ପ୍ରଲୋଭିତ କରିବା ଲାଗି ବିଭିନ୍ନ ଦଳ ପକ୍ଷରୁ ମାଗଣା ଉପହାର ପ୍ରତିଶ୍ରୁତି ଦିଆଯାଉଛି। ଉକ୍ତ ରାଜନୈତିକ ଦଳଗୁଡ଼ିକ ବିରୋଧରେ ଏତଲା ଦାଏର ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ଏହାର ଜରୁରୀ ଶୁଣାଣି ପାଇଁ ସର୍ବୋଚ୍ଚ ଅଦାଲତ ବୁଧବାର ରାଜି ହୋଇଛନ୍ତି। ହିନ୍ଦୁ ସେନା ଉପାଧ୍ୟକ୍ଷ ସୁର୍ଜିତ ସିଂ ଯାଦବଙ୍କ ପକ୍ଷରୁ ଦାଏର ହୋଇଥିବା ଜନସ୍ବାର୍ଥ ମାମଲା ଉପରେ ଆଇନଜୀବୀ ବରୁଣ କୁମାର ସିହ୍ନା କହିଥିଲେ, ୫ ରାଜ୍ୟରେ ନିର୍ବାଚନ ଶେଷ ହେବାକୁ ଯାଉଥିବାରୁ ମାମଲାର ଜରୁରୀ ଶୁଣାଣି ହେବା ଆବଶ୍ୟକ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନ୍ନାଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଏ.ଏସ୍‌. ବୋପନ୍ନା ଏବଂ ହିମା କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଥିରେ ସମ୍ମତ ହେବା ସହ ଜରୁରୀ ଶୁଣାଣି ଲାଗି ତାଲିକାଭୁକ୍ତ କରାଯିବ ବୋଲି କହିଥିଲେ।
ଯାଦବ ତାଙ୍କ ପିଟିଶନରେ ଦର୍ଶାଇଥିଲେ ନିର୍ବାଚନ ହେଉଥିବା ୫ ରାଜ୍ୟରେ କଂଗ୍ରେସ, ସମାଜବାଦୀ ପାର୍ଟି, ବିଏସ୍‌ପି, ଆମ୍‌ ଆଦ୍‌ମୀ ପାର୍ଟି ପକ୍ଷରୁ ଭୋଟରଙ୍କୁ ବିଭିନ୍ନ ଜିନିଷ ମାଗଣାରେ ଯୋଗାଇ ଦିଆଯିବାର ପ୍ରତିଶ୍ରୁତି ଦିଆଯାଉଛି। ରାଜନୈତିକ ଦଳ, ଏହାର ନେତା ଓ ପ୍ରାର୍ଥୀଙ୍କ ଦ୍ୱାରା ଏଭଳି ପ୍ରତିଶ୍ରୁତି ଜନପ୍ରତିନିଧି ଆଇନ, ୧୯୫୧ ଅନୁଯାୟୀ ଦୁର୍ନୀତି ଓ ଲାଞ୍ଚ ଭାବେ ଘୋଷଣଶ କରାଯାଇପାରେ। ଏଥିସହିତ ଉକ୍ତ ଦଳ ପକ୍ଷରୁ ଦିଆଯାଇଥିବା ପ୍ରାର୍ଥୀଙ୍କୁ ନିର୍ବାଚନ ଲଢ଼ିବାରୁ ଅଯୋଗ୍ୟ ଘୋଷଣା କରାଯାଇପାରେ। ସ୍ବଚ୍ଛ ଓ ଅବାଧ ମତଦାନ ଲାଗି ଏହା ଗୁରୁତ୍ୱପୂର୍ଣ୍ଣ। ନିର୍ବାଚନ ବେଳେ ଅସାଧୁ ଉପାୟ ଅବଲମ୍ବନ କରୁଥିବା ଦଳ, ପ୍ରାର୍ଥୀ ଓ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ଆବଶ୍ୟକ ବୋଲି ଆବେଦନକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ଛାଡିଥିବା ଏମ୍‌ପିଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଆପ୍‌ର ବଡ଼ ଉଦ୍ୟମ

ନୂଆଦିଲ୍ଲୀ,୨୬ା୪: ବରିଷ୍ଠ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତା ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ାଙ୍କ ସମେତ ୭ ଜଣ ଏମ୍‌ପି ଦଳ ଛାଡ଼ି ଭାଜପାରେ ଯୋଗ…

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ…

ଆମେରିକା-ଇରାନ ଶାନ୍ତି ଆଶା ମଉଳିଲା: ପ୍ରତିନିଧି ପଠାଇବା ନିଷ୍ପତ୍ତି ସ୍ଥଗିତ ରଖିଲେ ଟ୍ରମ୍ପ୍

ଇସ୍‌ଲାମାବାଦ/ଓ୍ବାଶିଂଟନ,୨୬ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତିନିଧି ଭାବେ ଷ୍ଟିଭ୍‌ ଓ୍ବିଟ୍‌କଫ୍‌ ଏବଂ ଜାରେଡ କୁଶ୍‌ନେର ଇରାନ ସହ ଆଲୋଚନା ପାଇଁ ପାକିସ୍ତାନ ଗସ୍ତରେ ଯିବେନାହିଁ ବୋଲି…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା…

ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା…

ଗୋପାଳପୁର-ରାୟଗଡ଼ା ନୂଆ ରେଳଲାଇନ୍‌ ଦାବି, ଆଲାଇନ୍‌ମେଣ୍ଟ ନକ୍ସାର ପୁନଃ ଅନୁଧ୍ୟାନ କରି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ବହୁ ପ୍ରତୀକ୍ଷିତ ଗୋପାଳପୁର-ରାୟଗଡ଼ା ନୂତନ ରେଳପଥ ପ୍ରକଳ୍ପ ନିମନ୍ତେ ନକ୍ସା ପ୍ରସ୍ତୁତି ଚାଲିଛି। ତୃତୀୟ ପାଳି ପାଇଁ କେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri