ଆଇନଗତ ବିବାଦରେ ଫସିଲେ ରାଣା ଦଗ୍ଗୁବତୀ

ହାଇଦ୍ରାବାଦ: ଅଡୁଆରେ ଚଳଚ୍ଚିତ୍ର ‘ବାହୁବଲୀ’ର ଭଲ୍ଲାଲ ଦେବ ଅର୍ଥାତ ଅଭିନେତା ରାଣା ଦଗ୍ଗୁବତୀ। ସେ ଏବଂ ତାଙ୍କ ବାପା ସୁରେଶ ବାବୁଙ୍କ ଉପରେ ଜମି ହଡପ କରିଥିବା ମାମଲା ରୁଜୁ ହୋଇଛି। ହାଇଦ୍ରାବାଦର ବ୍ୟବସାୟୀ ପ୍ରମୋଦ କୁମାର ଉଭୟଙ୍କ ବିରୋଧରେ ଅଭିଯୋଗ କରିଛନ୍ତି।

୨୦୧୪ରେ ରାଣା ଏବଂ ସୁରେଶ ହାଇଦ୍ରାବାଦର ଫିଲ୍ମ ସିଟି ନିକଟରେ ଥିବା ନିଜ ଜମିକୁ ହୋଟେଲ ଲାଗି ପ୍ରମୋଦ କୁମାର ନାମକ ଜଣେ ବ୍ୟବସାୟୀଙ୍କୁ ଭଡା ଦେଇଥିଲେ। କଥିତ ଭାବେ ସୁରେଶ ଉକ୍ତ ଜମିକୁ ବିକ୍ରି କରିବାକୁ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ସୁରେଶ ପ୍ରମୋଦଙ୍କୁ ୫ କୋଟି ଟଙ୍କା ଦେଇଥିଲେ। ଏହାସତ୍ତ୍ୱେ ପ୍ରମୋଦ ଜମି ଖାଲି କରିବାକୁ ମନା କରିଥିଲେ। ଏହାକୁ ନେଇ ତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ଏବେ ପ୍ରମୋଦ ଏହି ଘଟଣାରେ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।

୫ କୋଟି ଟଙ୍କା ତାଙ୍କୁ ମିଳି ନ ଥିବା ପ୍ରମୋଦ ଅଭିଯୋଗରେ ଦର୍ଶାଇଛନ୍ତି। ଏପରିକି ରାଣା ଏବଂ ତାଙ୍କ ବାପା ଜମି ଖାଲି କରିବାକୁ ଧମକାଇଥିବା ସେ କହିଛନ୍ତି। ଖୁବ୍‌ଶୀଘ୍ର ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?