ନନ୍ଦନକାନନରେ ଆନାକୋଣ୍ଡା ମୃତ

ବାରଙ୍ଗ,୨୯ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ଗତ ଏକମାସ ହେବ ଏହି ଆନାକୋଣ୍ଡାର ତରଳଝାଡ଼ା ହେଉଥିଲା। ୨ଦିନ ହେବ ରକ୍ତଝାଡ଼ାରେ ଆକ୍ରାନ୍ତ ହୋଇ ଆନାକୋଣ୍ଡାଟି ଚିକିତ୍ସିତ ହେଉଥିଲା। ଶୁକ୍ରବାର ସକାଳେ ଏନ୍‌କ୍ଲୋଜର ସଫାକରିବାକୁ କର୍ମଚାରୀମାନେ ଯାଇଥିବାବେଳେ ଆନାକୋଣ୍ଡାଟି ମରିପଡ଼ିଥିବା ଦେଖିବାକୁ ପାଇଥିଲେ। ୨୨ଅକ୍ଟୋବର ୨୦୧୯ରେ ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କ୍‌ ଟ୍ରଷ୍ଟ୍‌ ପକ୍ଷରୁ ଉପହାରରେ ୮ଟି ହଳଦିଆ ଆନାକୋଣ୍ଡା ନନ୍ଦନକାନନକୁ ଆସିଥିଲା। ସରୀସୃପ ଉଦ୍ୟାନର ୪୫କେ ଏନ୍‌କ୍ଲୋଜରରେ ଏହି ୮ଟି ଆନାକୋଣ୍ଡା ରହିଥିଲେ। ଆସିବାର ଦେଢ଼ମାସ ମଧ୍ୟରେ ୨ଟି ଆନାକୋଣ୍ଡାର ମୃତ୍ୟୁ ଘଟିଥିଲା। ଅନ୍ତଃନଳୀରେ ସଂକ୍ରମଣ ଯୋଗୁ ରକ୍ତସ୍ରାବ ହୋଇ ଆନାକୋଣ୍ଡାଦ୍ୱୟ ମୃତ୍ୟୁ କରିଥିବାର ସେ ସମୟରେ କୁହାଯାଇଥିଲା। ଏହି ୨ ଆନାକୋଣ୍ଡାର ମୃତ୍ୟୁପରେ ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ଅନୁରୋଧକ୍ରମେ ଡିସେମ୍ବର ୨ରେ ମାଡ୍ରାସରୁ ଡ. ଅଜୟ କାର୍ତ୍ତିକେୟ ଓ ଡ. ରେଣୁକା ଆସି ଏଠାକାର ଡାକ୍ତର ଓ କର୍ମଚାରୀମାନଙ୍କୁ ଆନାକୋଣ୍ଡାର ଜୀବନଶୈଳୀ, ଚିକିତ୍ସା, ଖାଦ୍ୟପେୟ ଆଦି ବିଷୟରେ ବୁଝାଇଥିଲେ। ଏବେ ଆନାକୋଣ୍ଡା ସଂଖ୍ୟା ୫ରେ ପହଞ୍ଚତ୍ଛି ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ସେହିଭଳି ଶୁକ୍ରବାର ଭଦ୍ରକରୁ ଏକ ମୟୂର ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri