ଚାଣକ୍ୟଙ୍କ ଏହି ନୀତି ଆପଣାଇଲେ ବଦଳିଯିବ ଭାଗ୍ୟ

ଜୀବନରେ ସଫଳତା ହାସଲ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ଅନେକ ନୀତି ବର୍ଣ୍ଣନା କରିଛନ୍ତି। ଯଦି ଜଣେ ବ୍ୟକ୍ତି ତାଙ୍କ ଜୀବନରେ ଚାଣକ୍ୟଙ୍କ ସେହି ନୀତି ଗ୍ରହଣ କରେ, ତେବେ ସେ ସଫଳତାର ପାହାଚ ଚଢ଼ି ପାରିବେ। ଏଥି ସହିତ, ସେହି ନୀତି ଅନୁସରଣ କରୁଥିବା ବ୍ୟକ୍ତିଙ୍କୁ କୌଣସି ପ୍ରକାରର ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ। ସେ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ସଫଳତା ହାସଲ କରନ୍ତି। ସଫଳତା ପାଇବା ସହ ଭାଗ୍ୟ ବଦଳାଇବା ପାଇଁ ଚାଣକ୍ୟଙ୍କ ସେହି ନୀତିଗୁଡିକ ବିଷୟରେ ଜାଣନ୍ତୁ।

ସଫଳତା ପଛରେ ଥିବା ବିଫଳତା ଭୟକୁ ଦୂର କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଚାଣକ୍ୟ କହିଛନ୍ତି। ବିଫଳତା ଭୟ ହେତୁ ମଣିଷ କଦାପି ସଫଳ ହୋଇପାରିବ ନାହିଁ। ଆହୁରି ମଧ୍ୟ ସେ କହିଛନ୍ତି ଯେ, ତୁମର ଯୋଜନା ବିଷୟରେ ତୁମେ ଅନ୍ୟ କାହା ସହିତ କଥା ହେବା ଉଚିତ୍‌ ନୁହେଁ । ଏପରି କଲେ ସାମ୍ନା ଲୋକ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ।

ଆହୁରି ଚାଣକ୍ୟ କୁହନ୍ତି, ଆଖି ବନ୍ଦ କରି ସାଙ୍ଗକୁ ବିଶ୍ୱାସ କର ନାହିଁ । ବନ୍ଧୁଙ୍କ ସ୍ବାର୍ଥପୂରଣ ହେବା ମାତ୍ରେ ସେ ତୁମର କ୍ଷତି କରିବାକୁ ଯୋଜନା କରିବା ଆରମ୍ଭ କରନ୍ତି। ତା’ପରେ ତୁମର ବନ୍ଧୁତା ମଧ୍ୟ ଭାଙ୍ଗିଯାଏ।

ଏହା ବ୍ୟତୀତ, ଚାଣକ୍ୟ ଆହୁରି ମଧ୍ୟ କହିଛନ୍ତି ଯେ, ଆମର ନିଜ ଭୁଲରୁ ଶିଖିବା ପରିବର୍ତ୍ତେ, ଅନ୍ୟମାନଙ୍କ ଭୁଲରୁ ଶିଖିବାକୁ ଚେଷ୍ଟା କରିବା। ସେମାନଙ୍କଠାରୁ ଆମ ଜୀବନରେ ଉନ୍ନତି ଆଣିବା। ଆହୁରି ମଧ୍ୟ, ସେ କହିଛନ୍ତି ଯେ ,ଆପଣଙ୍କର ଉଚ୍ଚ ସଚ୍ଚୋଟତା ମଧ୍ୟ ଆପଣଙ୍କ ପାଇଁ ଏକ ସମସ୍ୟା ହୋଇପାରେ, ତେଣୁ ସଚ୍ଚୋଟତା ସେତିକି ହେବା ଉଚିତ ଯେପରି କ୍ଷତି ନହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri