ଜିଲାପାଳଙ୍କ ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ

ଭବାନୀପାଟଣା,୬।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗତ ଏକ ସପ୍ତାହରେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ଏହି ଘଟଣା ପରେ ସୋମବାର ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଥୁ. ରାମପୁର ଗସ୍ତରେ ଆସି ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରଥମେ ସେ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସ୍ବାସ୍ଥ୍ୟସେବା ପରିଚାଳନା ଓ ସମ୍ପ୍ରତି ସ୍ଥିତିକୁ ନେଇ ସ୍ଥାନୀୟ ତହସିଲଦାର ଈଶ୍ୱର ଚନ୍ଦ୍ର ଦାଶ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଡକ୍ତର ନିତିଶ ଝା, ବିପିଏମ ଦୀପକ ମାଝି, ଫାର୍ମାସିଷ୍ଟ ସୁଧାଂଶୁ ପଣ୍ଡା, ଜିଲା ସମାଜ କଲ୍ୟାଣ ଅଧିକାରୀ ଜେ.ଜ୍ୟୋସ୍ନାରାଣୀ ପାତ୍ର, ସିଡିପିଓ ମିନତୀବାଳା ପଟ୍ଟନାୟକ, ଜଳ ଓ ପରିମଳ ବିଭାଗର ଯନ୍ତ୍ରୀ ମନ୍ମଥ ମୁର୍ମୁ, ବ୍ଲକ ପ୍ରଶାସନ ପକ୍ଷରୁ ଭାରପ୍ରାପ୍ତ ବିଡିଓ ଭରତ କୁମାର ମେହେର, ସହକାରୀ ଯନ୍ତ୍ରୀ ବାଞ୍ଛାବଟ ପାଣ୍ଡେ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୟାନିଧି ମାଝି ପ୍ରମୁଖଙ୍କ ସହିତ ଆଲୋଚନା କରିଥିଲେ। ରୋଗୀ ସେବା ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଅସ୍ଥାୟୀ ଶଯ୍ୟା ବ୍ୟବସ୍ଥା କରାଯିବା ନେଇ ନେଇ ନିର୍ଦ୍ଦେଶ ଦେଇଥିବା ବେଳେ ବିଶୁଦ୍ଧ ପାନୀୟ ଜଳଯୋଗାଣ ଉପରେ ଗୁରୁତ୍ୱ ଦେଇଥିଲେ। ଏଥିସହିତ ସମସ୍ତ ରୋଗୀଙ୍କୁ ସଚେତନତା କରିବା ପାଇଁ ବ୍ୟାପକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଅଙ୍ଗନଓ୍ବାଡି, ଆଶାକର୍ମୀ ଓ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ଏ ନେଇ ତତ୍ପରତା ସହ ତଥ୍ୟ ଦେବା ସହିତ ସହଯୋଗ କରିବାକୁ ଆହ୍ବାନ ଦେଇଛନ୍ତି। ଏହାପରେ ବିଶେଷ ପ୍ରଭାବିତ ବିରିକୋଟ ପଞ୍ଚାୟତ ଅଧୀନ ସେମେଲପଦରର କେନ୍ଦୁପଡା ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ପ୍ରାୟ ୪୦ ପରିବାର ଗାଁରେ ବସବାସ କରୁଥିବାବେଳେ ବିଶୁଦ୍ଧ ପାନୀୟ ଜଳର ପର୍ଯ୍ୟାପ୍ତ ବ୍ୟବସ୍ଥା ନ ଥିବା ଜଣାପଡିଛି। ଫଳରେ ଲୋକେ ନିକଟ ଝରଣାର ଦୂଷିତ ପାଣି ବ୍ୟବହାର କରୁଥିବା ଅଭିଯୋଗ ଜାଣିବା ପରେ ଜିଲାପାଳ ତୁରନ୍ତ ପାନୀୟ ଜଳର ସମାଧାନ କରିବା ପାଇଁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସମସ୍ତଙ୍କୁ ଶୌଚାଳୟ ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି ଜିଲାପାଳ। ଏହାସହ ସମସ୍ତଙ୍କୁ ମଶାରୀ ବ୍ୟବହାର କରିବା ପାଇଁ ମଧ୍ୟ କହିଛନ୍ତି। ସେହିପରି ସ୍ଥିତିରେ ସୁଧାର ନ ଆସିବା ପର୍ଯ୍ୟନ୍ତ ସ୍ବତନ୍ତ୍ର ଆମ୍ବୁଲାନ୍ସ ବ୍ୟବସ୍ଥା କରିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri