ଜିଲାପାଳଙ୍କ ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ

ଭବାନୀପାଟଣା,୬।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗତ ଏକ ସପ୍ତାହରେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ଏହି ଘଟଣା ପରେ ସୋମବାର ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଥୁ. ରାମପୁର ଗସ୍ତରେ ଆସି ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରଥମେ ସେ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ସ୍ବାସ୍ଥ୍ୟସେବା ପରିଚାଳନା ଓ ସମ୍ପ୍ରତି ସ୍ଥିତିକୁ ନେଇ ସ୍ଥାନୀୟ ତହସିଲଦାର ଈଶ୍ୱର ଚନ୍ଦ୍ର ଦାଶ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଡକ୍ତର ନିତିଶ ଝା, ବିପିଏମ ଦୀପକ ମାଝି, ଫାର୍ମାସିଷ୍ଟ ସୁଧାଂଶୁ ପଣ୍ଡା, ଜିଲା ସମାଜ କଲ୍ୟାଣ ଅଧିକାରୀ ଜେ.ଜ୍ୟୋସ୍ନାରାଣୀ ପାତ୍ର, ସିଡିପିଓ ମିନତୀବାଳା ପଟ୍ଟନାୟକ, ଜଳ ଓ ପରିମଳ ବିଭାଗର ଯନ୍ତ୍ରୀ ମନ୍ମଥ ମୁର୍ମୁ, ବ୍ଲକ ପ୍ରଶାସନ ପକ୍ଷରୁ ଭାରପ୍ରାପ୍ତ ବିଡିଓ ଭରତ କୁମାର ମେହେର, ସହକାରୀ ଯନ୍ତ୍ରୀ ବାଞ୍ଛାବଟ ପାଣ୍ଡେ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୟାନିଧି ମାଝି ପ୍ରମୁଖଙ୍କ ସହିତ ଆଲୋଚନା କରିଥିଲେ। ରୋଗୀ ସେବା ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଅସ୍ଥାୟୀ ଶଯ୍ୟା ବ୍ୟବସ୍ଥା କରାଯିବା ନେଇ ନେଇ ନିର୍ଦ୍ଦେଶ ଦେଇଥିବା ବେଳେ ବିଶୁଦ୍ଧ ପାନୀୟ ଜଳଯୋଗାଣ ଉପରେ ଗୁରୁତ୍ୱ ଦେଇଥିଲେ। ଏଥିସହିତ ସମସ୍ତ ରୋଗୀଙ୍କୁ ସଚେତନତା କରିବା ପାଇଁ ବ୍ୟାପକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଅଙ୍ଗନଓ୍ବାଡି, ଆଶାକର୍ମୀ ଓ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ଏ ନେଇ ତତ୍ପରତା ସହ ତଥ୍ୟ ଦେବା ସହିତ ସହଯୋଗ କରିବାକୁ ଆହ୍ବାନ ଦେଇଛନ୍ତି। ଏହାପରେ ବିଶେଷ ପ୍ରଭାବିତ ବିରିକୋଟ ପଞ୍ଚାୟତ ଅଧୀନ ସେମେଲପଦରର କେନ୍ଦୁପଡା ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ପ୍ରାୟ ୪୦ ପରିବାର ଗାଁରେ ବସବାସ କରୁଥିବାବେଳେ ବିଶୁଦ୍ଧ ପାନୀୟ ଜଳର ପର୍ଯ୍ୟାପ୍ତ ବ୍ୟବସ୍ଥା ନ ଥିବା ଜଣାପଡିଛି। ଫଳରେ ଲୋକେ ନିକଟ ଝରଣାର ଦୂଷିତ ପାଣି ବ୍ୟବହାର କରୁଥିବା ଅଭିଯୋଗ ଜାଣିବା ପରେ ଜିଲାପାଳ ତୁରନ୍ତ ପାନୀୟ ଜଳର ସମାଧାନ କରିବା ପାଇଁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ସମସ୍ତଙ୍କୁ ଶୌଚାଳୟ ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି ଜିଲାପାଳ। ଏହାସହ ସମସ୍ତଙ୍କୁ ମଶାରୀ ବ୍ୟବହାର କରିବା ପାଇଁ ମଧ୍ୟ କହିଛନ୍ତି। ସେହିପରି ସ୍ଥିତିରେ ସୁଧାର ନ ଆସିବା ପର୍ଯ୍ୟନ୍ତ ସ୍ବତନ୍ତ୍ର ଆମ୍ବୁଲାନ୍ସ ବ୍ୟବସ୍ଥା କରିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri