ଆନନ୍ଦ ବଜାରରେ ଲାଗିବ ରେଟ୍‌ ଚାର୍ଟ: ହଟିବେ ଅଣସେବାୟତ

ପୁରୀ,୧୫।୭(ଅଜିତ୍‌ ମହାନ୍ତି): ଗତ କିଛିଦିନ ହେଲା ଶ୍ରୀମନ୍ଦିର ଆନନ୍ଦବଜାରରେ ବିଶୃଙ୍ଖଳା ଦେଖାଦେଉଥିଲା। ଆନନ୍ଦ ବଜାରରେ ଭକ୍ତମାନେ ଅନେକ ସମୟରେ ଦଲାଲଙ୍କ ଶିକାର ହେବା ଖବର ବାରମ୍ବାର ସାମ୍ନାକୁ ଆସୁଥିଲା। ଏହାକୁ ନେଇ ଜଗନ୍ନାଥପ୍ରେମୀ ଅସନ୍ତୋଷ ପ୍ରକାଶ କରୁଥିଲେ। ତେଣୁ ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଶୃଙ୍ଖଳା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବାବେଳେ ସୁଆର ମହାସୁଆର ନିଯୋଗ ପକ୍ଷରୁ ବିଭିନ୍ନ ଦାବି ଉପସ୍ଥାପନ କରାଯାଇଥିଲା। ଗଠନ ହୋଇଥିବା କୋର୍‌ କମିଟି ଆସନ୍ତା ୭ଦିନ ମଧ୍ୟରେ ରିପୋର୍ଟ ଦେବ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ବୈଠକରେ ସୁଆର ମହାସୁଆର ନିଯୋଗ, ପରିଚାଳନା କମିଟି ସଦସ୍ୟ, ଶ୍ରୀମନ୍ଦିର ପ୍ରଶାସନ ଏବଂ ପୋଲିସ ପ୍ରଶାସନର ୧୧ଜଣଙ୍କୁ ନେଇ ଏକ କୋର୍‌ କମିଟି ଗଠନ କରାଯାଇଛି। ଏହି କୋର୍‌ କମିଟି ଆନନ୍ଦ ବଜାରରେ ହେଉଥିବା ବିଶୃଙ୍ଖଳା ଉପରେ ନଜର ରଖିବା ସହ ଆବଶ୍ୟକ ସ୍ଥଳେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।
ଆନନ୍ଦ ବଜାରରେ ଅଣସୁଆରଙ୍କୁ ଚିହ୍ନଟ କରି ବାହାର କରିବା, ଭକ୍ତଙ୍କ ପାଇଁ ମହାପ୍ରସାଦ ରେଟ୍‌ ଚାର୍ଟ ଲଗାଇବା, ପର୍ଯ୍ୟାପ୍ତ ପାନୀୟଜଳ ବ୍ୟବସ୍ଥା, ହେଲ୍ପ ଡେସ୍କ ଗଠନ, ସଫେଇ ଓ ସ୍ବଚ୍ଛତା ପ୍ରତି ଗୁରୁତ୍ୱ ଦେବା, ଜରି କାଢ଼ି ଶେଡ୍‌ ବ୍ୟବସ୍ଥା, ଉତ୍ତର ଦ୍ୱାରରେ ଭକ୍ତଙ୍କୁ ଶୁଖିଲା ମହାପ୍ରସାଦ ଯୋଗାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ସୁଆର ମହାସୁଆର ନିଯୋଗ ପକ୍ଷରୁ ଦାବି କରାଯାଇଥିଲା। ସମସ୍ତ ଦାବିକୁ ପ୍ରଶାସନ ଗ୍ରହଣ କରିବା ସହ ଗଠିତ କୋର୍‌ କମିଟି ଆସନ୍ତା ୭ଦିନ ଭିତରେ ରିପୋର୍ଟ ଦେବ ବୋଲି ସୂଚନା ମିଳିଛି। ବିଶେଷକରି ଅଣସୂପକାର ଓ ଅଣସେବାୟତଙ୍କ ଆନନ୍ଦବଜାର ପ୍ରବେଶ ଉପରେ କଟକଣାକୁ ଗୁରୁତ୍ୱ ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?