ଆନନ୍ଦ ଚନ୍ଦ୍ର ବେହେରା, ଶିବଶଙ୍କର ମିଶ୍ର ହେବେ ହାଇକୋର୍ଟ ବିଚାରପତି

କଟକ,୧୮ା୮(କାର୍ତ୍ତିକ ସାହୁ):ଓଡ଼ିଶା ହାଇକୋର୍ଟରେ ନୂଆ ବିଚାରପତି ନିଯୁକ୍ତି ନିମନ୍ତେ ସୁପ୍ରିମକୋର୍ଟ କଲେଜିୟମ୍‌ ଗୁରୁବାର ୨ ଜଣଙ୍କ ନାମ ସୁପାରିସ କରିଛନ୍ତି। ସେମାନେ ହେଲେ ଆଇନଜୀବୀ ଶିବଶଙ୍କର ମିଶ୍ର ଓ ଜୁଡିସିଆଲ ଅଫିସର ଆନନ୍ଦ ଚନ୍ଦ୍ର ବେହେରା। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି. ୱାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ସଞ୍ଜୟ କିଶାନ କୌଲ ଏବଂ ସଞ୍ଜୀବ୍‌ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ୍‌ ଏହି ଦୁଇଜଣଙ୍କ ନାମ ସୁପାରିସ କରିଛନ୍ତି। ଆଇନଜୀବୀ ଶିବଶଙ୍କର ମିଶ୍ର ୧୯୯୧ ଡିସେମ୍ବର ୭ରେ ଓକିଲାତି ନିମନ୍ତେ ନାମ ପଞ୍ଜୀକରଣ କରିଥିଲେ। ତାଙ୍କର ୩୦ ବର୍ଷର ଓକିଲାତି ଅଭିଜ୍ଞତା ରହିଛି। ଏଥିସହ ଦେୱାନୀ ଓ ଫୌଜଦାରି ମାମଲା ପରିଚାଳନାରେ ସେ ସିଦ୍ଧହସ୍ତ। ଶିବଶଙ୍କର ସୁପ୍ରିମକୋର୍ଟରେ କେନ୍ଦ୍ର ସରକାର ଏବଂ ଓଡ଼ିଶା ହାଇକୋର୍ଟ ପକ୍ଷରୁ ଅନେକ ମାମଲା ପରିଚାଳନା କରିଆସିଛନ୍ତି। ସେହିପରି ଜିଲା ଜଜ୍‌ ପାହ୍ୟାର ଜୁଡିସିଆଲ ଅଫିସର ଆନନ୍ଦ ଚନ୍ଦ୍ର ବେହେରା ରାଜ୍ୟର ବିଭିନ୍ନ ଅଦାଲତରେ କାର୍ଯ୍ୟ କରି ଅଭିଜ୍ଞତା ହାସଲ କରିଛନ୍ତି। ଆନନ୍ଦ ରାଜ୍ୟର ୧୪ତମ ବରିଷ୍ଠ ଜୁଡିସିଆଲ ଅଫିସର ହୋଇଥିବାରୁ ତାଙ୍କ ନାମ ମଧ୍ୟ ହାଇକୋର୍ଟ ବିଚାରପତି ରୂପେ ନିଯୁକ୍ତି ପାଇଁ ସୁପାରିସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri