Posted inଖେଳ

ପ୍ରତିଶ୍ରୁତି ରକ୍ଷା କଲେ ଆନନ୍ଦ ମହିନ୍ଦ୍ରା: ନଟରାଜନଙ୍କୁ ମିଳିଲା ଥର ଏସ୍‌ୟୁଭି

ନୂଆଦିଲ୍ଲୀ,୩।୪: ମହିନ୍ଦ୍ରା ଗ୍ରୁପ୍‌ ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ଶେଷରେ ତାଙ୍କ ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ଗତ ଅଷ୍ଟ୍ରେଲିଆ ଗସ୍ତରେ ଭାରତ ୨-୧ରେ ଟେଷ୍ଟ ସିରିଜ ଜିତିଥିଲା। ଏହି ସିରିଜ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଟି. ନଟରାଜନଙ୍କ ସମେତ ୬ଜଣ କ୍ରିକେଟରଙ୍କୁ ଉପହାର ସ୍ବରୂପ ଥର ଏସ୍‌ୟୁଭି ପ୍ରଦାନ କରିବାକୁ ଆନନ୍ଦ ଘୋଷଣା କରିଥିଲେ। ଏବେ ନଟରାଜନଙ୍କୁ ଏହି ଉପହାର ମିଳିଛି। ଏହି ଗସ୍ତରେ ନେଟ୍‌ ବୋଲର ଭାବେ ଗସ୍ତ କରିଥିବା ନଟରାଜନ କିନ୍ତୁ ସବୁ ଫର୍ମାଟରେ ପଦାର୍ପଣ କରିବାର ସୁଯୋଗ ହାସଲ କରିଥିଲେ ଓ ନିଜର ପ୍ରଭାବୀ ପ୍ରଦର୍ଶନ ମାଧ୍ୟମରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସ୍ପିନର ବରୁଣ ଚକ୍ରବର୍ତ୍ତୀ ଆହତ ହେବା ଫଳରେ ତାଙ୍କୁ ଦଳରେ ସ୍ଥାନ ମିଳିଥିଲା। ନଟରାଜନଙ୍କ ସମେତ ଶାର୍ଦ୍ଦୁଳ ଠାକୁର, ଶୁବମନ ଗିଲ, ମହମ୍ମଦ ସିରାଜ, ଓ୍ବାଶିଂଟନ ସୁନ୍ଦର ଓ ନବଦୀପ ସଇନିଙ୍କ ପ୍ରଦର୍ଶନରେ ପ୍ରଭାବିତ ହୋଇ ଆନନ୍ଦ ସେତେବେଳେ ଏମାନଙ୍କୁ ଏହି ଏସ୍‌ୟୁଭି କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ।
ଏହି ଉପହାର ପାଇବା ପରେ ନଟରାଜନ ସୋସିଆଲ ମିଡିଆରେ ଆନନ୍ଦଙ୍କୁ କୃତଜ୍ଞତା ଜଣାଇଛନ୍ତି। ନଟରାଜନ ମଧ୍ୟ ମହିନ୍ଦ୍ରାଙ୍କୁ ପ୍ରତିଉପହାର ସ୍ବରୂପ ଗାବା ଟେଷ୍ଟର ଏକ ଜର୍ସି ପ୍ରଦାନ କରିଛନ୍ତି। ସୋସିଆଲ ମିଡିଆରେ ନଟରାଜନ ଏ ନେଇ ଏକାଧିକ ଫଟୋ ଅପ୍‌ଲୋଡ କରିଛନ୍ତି। ଦେଶ ପାଇଁ ଖେଳିବା ସବୁଠାରୁ ଗର୍ବ ଓ ଗୌରବର ବିଷୟ ବୋଲି ୨୯ ବର୍ଷୀୟ ନଟରାଜନ ଉଲ୍ଲେଖ କରିଛନ୍ତି।
ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣରେ ନଟରାଜନ ନିଜ ପ୍ରଦର୍ଶନ ମାଧ୍ୟମରେ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ସନରାଇଜର୍ସ ହାଇଦ୍ରାବାଦ ତରଫରୁ ଖେଳି ସେ ଡେଥ୍‌ ଓଭରରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିଲେ। ଅଷ୍ଟ୍ରେଲିଆ ଗସ୍ତରେ ସେ ପ୍ରଥମ ଖେଳାଳିଭାବେ ୩ଟି ଫର୍ମାଟ୍‌ରେ ଡେବ୍ୟୁ କରିଥିଲେ। ଗାବାରେ ଖେଳାଯାଇଥିବା ଚତୁର୍ଥ ଓ ଅନ୍ତିମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ସେ ମାର୍ନସ ଲାବୁସେନ ଓ ମାଥ୍ୟୁ ଓ୍ବେଡଙ୍କ ଉଇକେଟ ଅକ୍ତିଆର କରି ଦଳକୁ ସୁବିଧାଜନକ ସ୍ଥିତିକୁ ନେଇଥିଲେ। ଏହି ମ୍ୟାଚ୍‌ରେ ଭାରତ ଦ୍ୱିତୀୟ ଇନିଂସରେ ରନ୍‌ ଚେଜ୍‌ କରି ବିଜୟୀ ହୋଇଥିଲା। ଗାବାରେ ଏଥିସହିତ ଅଷ୍ଟ୍ରେଲିଆ ୩୨ ବର୍ଷ ପରେ ପ୍ରଥମ ପରାଜୟ ବରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?