Posted inଜାତୀୟ

ସାଇରସ୍‌ ମିସ୍ତ୍ରୀଙ୍କ ନିଧନ ପରେ ସଂକଳ୍ପ ନେଲେ ଆନନ୍ଦ ମହିନ୍ଦ୍ରା: କହିଲେ, ଏହା ସମସ୍ତଙ୍କ ପାଇଁ ଜରୁରୀ

ନୂଆଦିଲ୍ଲୀ,୬।୯: ଟାଟା ସନ୍ସର ପୂର୍ବତନ ଚେୟାରମେନ ସାଇରସ୍‌ ମିସ୍ତ୍ରୀଙ୍କ ରବିବାର ସଡ଼କ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଘଟଣାସ୍ଥଳର ଯାଞ୍ଚ ସମୟରେ ଜଣାପଡ଼ିଛି ଯେ, ସାଇରସ୍‌ ପଛରେ ବସିଥିଲେ ମଧ୍ୟ ସିଟ୍‌ ବେଲ୍ଟ ବାନ୍ଧି ନ ଥିଲେ। ଯାହାଫଳରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ଉଦ୍ୟୋଗପତି ଆନନ୍ଦ ମହିନ୍ଦ୍ରା ଏକ ବଡ଼ ସଂକଳ୍ପ ନେଇଛନ୍ତି। ସେ ଟୁଇଟ କରି କହିଛନ୍ତି, ମୁଁ ସଂକଳ୍ପ ନେଉଛି ଯେ, କାର୍‌ର ପଛ ସିଟ୍‌ରେ ବସିଲେ ମଧ୍ୟ ସବୁବେଳେ ସିଟ୍‌ ବେଲ୍ଟ ବାନ୍ଧିବି। ମହିନ୍ଦ୍ରା ଆନନ୍ଦ ନିଜେ ସଂକଳ୍ପ ନେବା ସହ ସମସ୍ତ ଲୋକଙ୍କୁ ଏହି ପ୍ରତିଜ୍ଞା ପାଳନ କରିବାକୁ ନିବେଦନ କରିଛନ୍ତି। ଏଥିସହ ସେ କହିଛନ୍ତି, ଆମେ ସମସ୍ତେ ନିଜ ପରିବାର ପାଖରେ ଋଣୀ। ତେଣୁ ସବୁବେଳେ ସେମାନଙ୍କ କଥା ଚିନ୍ତା କରି ସିଟ୍‌ ବେଲ୍ଟ ବାନ୍ଧିବାକୁ କେବେ ଭୁଲିବେ ନାହିଁ ବୋଲି ଆନନ୍ଦ ମହିନ୍ଦ୍ରା ନିଜ ଟୁଇଟରେ କହିଛନ୍ତି। ଆନନ୍ଦ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହିଥାନ୍ତି। ସବୁବେଳେ ସୋସିଆଲ ମିଡିଆରେ ସେ ଅନେକ ପ୍ରେରଣାଦାୟକ ଟୁଇଟ ଓ ଭିଡିଓମାନ ପୋଷ୍ଟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ଗ୍ୟାସ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri