Posted inଫୁରସତ

୧୬ ବର୍ଷୀୟା ଝିଅଙ୍କ କାର୍ଯ୍ୟ ଦେଖି ପ୍ରଭାବିତ ହେଲେ ଆନନ୍ଦ ମହିନ୍ଦ୍ରା: କାର୍‌ ଉପହାର ଦେବାକୁ ଘୋଷଣା

ଏସିଆନ ପାରା ଗେମ୍ସ ୨୦୨୩ରେ ୧୬ ବର୍ଷୀୟା ଶୀତଲ ଦେବୀ ଦୁନିଆକୁ ଦେଖାଇ ଦେଇଛନ୍ତି ଶାରୀରିକ ଅକ୍ଷମତା କେବଳ ଏକ ଭ୍ରମ। ବିନା ହାତରେ ସେ ନିକଟରେ ଏସିଆନ ପାରା ଗେମ୍ସରେ ଅନେକ ପଦକ ଜିତିଥିଲେ। ତାଙ୍କର ଏହି ବିଜୟ ସମଗ୍ର ଦେଶକୁ ପ୍ରେରଣା ଦେଇଛି। ମହିନ୍ଦ୍ରା ଗ୍ରୁପ ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ମଧ୍ୟ ଶୀତଲଙ୍କ ଦ୍ୱାରା ଗଭୀର ଭାବରେ ପ୍ରଭାବିତ ହୋଇଥିଲେ। ସେ ଏକ୍ସରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ କହିଛନ୍ତି, ଶୀତଲ ଦେବୀ ଜଣେ ପ୍ରକୃତ ଯୋଦ୍ଧା। ସେ ତାଙ୍କୁ ଏକ କଷ୍ଟୋମାଇଜ କାର୍‌ ଉପହାର ଦେବାକୁ ମଧ୍ୟ ପ୍ରତିଶୃତି ଦେଇଛନ୍ତି। ସେ ଏକ ପ୍ରେରଣା ଏବଂ ଆମେ ତାଙ୍କ ପାଇଁ ବହୁତ ଗର୍ବିତ ଅନୁଭବ କରୁ ବୋଲି ଆନନ୍ଦ କହିଛନ୍ତି।
ହାଙ୍ଗଜୋ ଏସିଆନ ପାରା ଗେମ୍ସରେ ତୀରନ୍ଦାଜରେ ମହିଳା ବ୍ୟକ୍ତିଗତ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ଶୀତଲ ଦେବୀ ଏକ ବଡ଼ ସଫଳତା ହାସଲ କରିଥିଲେ। ଏହାର ଗୋଟିଏ ଦିନ ପୂର୍ବରୁ, ଅକ୍ଟୋବର ୨୮ରେ, ସେ ଏବଂ ରାକେଶ କୁମାର ମଧ୍ୟ ଏସୀୟ ପାରା ଗେମ୍ସ ୨୦୨୩ରେ ମିଶ୍ରିତ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଥିଲେ। କେବଳ ଏତିକି ନୁହେଁ, ଅକ୍ଟୋବର ୨୫ରେ ସରିତାଙ୍କ ସହ ସେ ମହିଳା ଡବଲ୍ସ କମ୍ପାଉଣ୍ଡ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

ଶେୟାର ବଜାରରେ ଯୁବପିଢ଼ି

ଭାରତୀୟ ଶେୟାର ବଜାର କେବଳ ଏକ ଆର୍ଥିକ ପ୍ରତିଷ୍ଠାନ ନୁହେଁ, ଏହା ଦେଶର ବିକାଶ, ଶିଳ୍ପାୟନ ଏବଂ ସମୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ। ଏହା ହେଉଛି ଏପରି…

ସାଧୁ ଓ ଲେଖକ

ଭାଗବତ ବାଣୀ ଅଛି – ‘ସାଧୁ ଯେ ମଳୟ ପବନ, କାଷ୍ଠକୁ କରଇ ଚନ୍ଦନ’। ସାଧୁ ଶବ୍ଦଟି ଅତ୍ୟନ୍ତ ପୂତ ପବିତ୍ର। ସାଧୁ ସତ୍‌ ପୁରୁଷ। ସାଧୁ…

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ…

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା…

ଶ୍ରେଷ୍ଠ ୨୦୦ ମଧ୍ୟରେ ୩ ଭାରତୀୟ ଶିକ୍ଷାନୁଷ୍ଠାନ, ଜାଣନ୍ତୁ ଶୀର୍ଷରେ କିଏ…

ନୂଆଦିଲ୍ଲୀ: ୧୯ା୬: ପ୍ରତିଷ୍ଠିତ ‘କ୍ୟୁଏସ୍‌ ୱାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୭’ର ତାଲିକା ଗୁରୁବାର ପ୍ରକାଶ ପାଇଛି। ଏଥିରେ ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ୩ଟି ଭାରତୀୟ…

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri