‘ପ୍ରିୟଙ୍କା ବେଷ୍ଟ ହିରୋ’…: ସିଟାଡେଲ ଦେଖି ପ୍ରତିକ୍ରିୟା ଦେଲେ ଆନନ୍ଦ ମହିନ୍ଦ୍ରା

ମୁମ୍ବାଇ: ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ନିକଟରେ ବଲିଉଡ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ଅଭିନୀତ ଟିଭି ସିରିଜ ‘ସିଟାଡେଲ’ ଦେଖିଥିଲେ। ଏହାପରେ ଆନନ୍ଦ ମହିନ୍ଦ୍ରା ପ୍ରିୟଙ୍କାଙ୍କ ପ୍ରଶଂସା ନ କରି ରହି ପାରିଲେ ନାହିଁ। ସୋସିଆଲ ମିଡିଆରେ ଆନନ୍ଦ ମହିନ୍ଦ୍ରା ପ୍ରିୟଙ୍କାଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି। ପ୍ରିୟଙ୍କା ଚୋପ୍ରାଙ୍କ ‘ସିଟାଡେଲ’ ୨୮ ଏପ୍ରିଲରେ ଆମାଜନ ପ୍ରାଇମ ଭିଡିଓରେ ରିଲିଜ ହୋଇ ସାରିଛି। ରୁସୋ ବ୍ରଦର୍ସଙ୍କ ଦ୍ୱାରା ନିର୍ମିତ ଏହି ଟିଭି ସିରିଜରେ ଦେଶୀ ଗର୍ଲ ଜଣେ ଜାସୁସ ନାଦିଆ ସିଂଙ୍କ ରୋଲ ପ୍ଲେ କରିଛନ୍ତି।
ଆନନ୍ଦ ମହିନ୍ଦ୍ରା ତାଙ୍କ ଟୁଇଟର ଆକାଉଣ୍ଟରେ ‘ସିଟାଡେଲ’ର ଭିଡିଓ ଶେୟାର କରିଥିଲେ। ଏହାସହ ସେ ପିସିଙ୍କ ପାଇଁ ଏକ ସ୍ପେଶାଲ ନୋଟ ବି ଲେଖିଥିଲେ। ମହିନ୍ଦ୍ରା ଚେୟାରମ୍ୟାନ ଏମିତି ବି କହିଛନ୍ତି ଯେ ପ୍ରିୟଙ୍କା ଚୋପ୍ରା ଏହି ସିରିଜରେ ନିଜର ଆକ୍ସନ ଓ ଷ୍ଟଣ୍ଟରେ ବଲିଉଡର ବହୁ ହିରୋଙ୍କୁ ପଛରେ ପକାଇ ଦେଇଛନ୍ତି।

ଟୁଇଟରେ ମହିନ୍ଦ୍ରା ଲେଖିଛନ୍ତି, ‘ଓ୍ବିକଏଣ୍ଡରେ ମୁଁ ସିଟାଡେଲର ପ୍ରଥମ ଦୁଇଟି ଏପିସୋଡ ଦେଖିଲି, ରୁସୋ ବ୍ରଦର୍ସଙ୍କ ଏହି ଓଟିଟି ସିରିଜ ମୋତେ ସମ୍ପୂର୍ଣ୍ଣ ଭାବେ ବାନ୍ଧି ରଖିଲା। ମୁଁ ଆଦୌ ହଲି ପାରିଲି ନାହିଁ। ଯଦିଓ ମୋତେ ଷ୍ଟୋରି ଏତେ ପସନ୍ଦ ନ ଥିଲା ହେଲେ ପ୍ରିୟଙ୍କା ଚୋପ୍ରାଙ୍କୁ ଆକ୍ସନ ହିରୋ ଭାବେ ଦେଖିବା ମୋର ବହୁତ ବଡ ସୌଭାଗ୍ୟ ଥିଲା। ପିସି ଏବେ ଆମର ଅଧିକାଂଶ ଆକ୍ସନ ହିରୋଙ୍କୁ ପଛରେ ପକାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri