ଡୁଙ୍ଗଡୁଙ୍ଗା ବାଦ୍ୟ ବଜାଇ ଜାତୀୟ ସଙ୍ଗୀତ ଗାନ କଲେ ଆନନ୍ଦ

ନବରଙ୍ଗପୁର,୨୬ା୧(ବି.ପ୍ର.): ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀମାନଙ୍କ ସର୍ବପୁରାତନ ପାରମ୍ପାରିକ ବାଦ୍ୟଯନ୍ତ୍ର (ଡୁଙ୍ଗଡୁଙ୍ଗା) ବଜାଇ ଭାରତର କୋଟି କୋଟି ଜନତାଙ୍କ ହୃଦୟରେ ଥିବା ଜାତୀୟ ସଙ୍ଗୀତ ଗାନ କରି ବର୍ତ୍ତମାନ ଚର୍ଚ୍ଚା ପାଲଟିଛନ୍ତି ନବରଙ୍ଗପୁର ସହରର ଆନନ୍ଦ କୁମାର ଦାଶ। ତାଙ୍କର ଏଭଳି ପ୍ରୟାସକୁ ଜିଲାବାସୀ ମଧ୍ୟ ସ୍ବାଗତ କରିବା ସହ ସଫଳତାର ଶିଡ଼ି ଚଢ଼ିବାକୁ କାମନା କରିଛନ୍ତି।

ନବରଙ୍ଗପୁର ସହରର ୧୭ ନମ୍ବର ଓ୍ବାର୍ଡ (ହିର୍ଲି ଡଙ୍ଗରି)ରେ ରୁହନ୍ତି ଆନନ୍ଦ। ବାପା ଭାବଗ୍ରାହୀ ଦାଶ ଓ ସ୍ବର୍ଗତାଃ ମା’ ପଦ୍ମାବତୀଙ୍କ ସାନ ପୁଅ ହେଉଛନ୍ତି ଆନନ୍ଦ l ସେ ଛୋଟ ବେଳୁ ହିଁ ଆଦିବାସୀ ପାରମ୍ପାରିକ ବାଦ୍ୟଯନ୍ତ୍ର ପ୍ରତି ଆକୃଷ୍ଟ ହୋଇ ଧିରେ ଧିରେ ସେସବୁ ବଜାଇବା ଶିଖିଥିଲେ। ସେ ନବରଙ୍ଗପୁର କଲେଜରେ ଜୁଲୋଜି ବିଷୟରେ ବିଏସ୍‌ସି ଶିକ୍ଷା ସମାପ୍ତ କରିଥିବା ବେଳେ ବର୍ତ୍ତମାନ ଏକ ମେରିକୋ ଇଣ୍ଡିଆ ଏଲ୍‌ଟିଡି ନାମକ ଏକ ତେଲ କମ୍ପାନୀରେ ମାର୍କେଟିଂ ଏକ୍‌ଜିକ୍ୟୁଟିଭ୍‌ ଭାବରେ କାର୍ଯ୍ୟ କରୁଛନ୍ତି। ସେ ପେସାରେ ତେଲକମ୍ପାନୀରେ କାମ କରୁଥିଲା ବେଳେ ତାଙ୍କର ନିଶା କିନ୍ତୁ ଆଦିବାସୀ ପାରମ୍ପରିକ ବାଦ୍ୟଯନ୍ତ୍ରଗୁଡ଼ିକୁ ବଜାଇବା ଓ ଲୁପ୍ତ ହୋଇଯାଉଥିବା ବାଦ୍ୟଯନ୍ତ୍ରଗୁଡ଼ିକୁ ପୁଣିଥରେ ଜନମାନସରେ ଉଜ୍ଜୀବିତ କରିବା। ସେଇ ଲକ୍ଷ୍ୟ ନେଇ ସେ ଓଡ଼ିଶାର ବିଭିନ୍ନ ଜିଲାରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କେବଳ ନବରଙ୍ଗପୁର ଜିଲାର ଲୋକ ସଂସ୍କୃତି ଓ ପରମ୍ପରାକୁ ପ୍ରଚାର ପ୍ରସାର କରୁଛନ୍ତି। ଏଥିସହ ନବରଙ୍ଗପୁରର ୨୦ରୁ ୨୨ଜଣ ସ୍ଥାନୀୟ କଳାକାରଙ୍କୁ ଲୋକସଂସ୍କୃତି ଓ ଲୋକବାଦ୍ୟ ଶିକ୍ଷା ଦେଇ ରୋଜଗାର ମଧ୍ୟ ଦେଇଛନ୍ତି। ଏଥିସହିତ ସେ ଅବିଭକ୍ତ କୋରାପୁଟ ଜିଲାର ଲୋକବାଦ୍ୟ ଘୁଡୁକି, ଗୋଚିବାଜା, ଟାମକ, ଢାମ୍ପ, ଟୁଡୁବୁ ଖଞ୍ଜଣୀ, ବଂଶୀ, ତବଲା, ଢ଼ୋଲକ, ଝୁମୁକା ମଧ୍ୟ ବଜାଇ ଜାଣନ୍ତି l

ଲୋକେ ଆନନ୍ଦଙ୍କୁ ପ୍ରଶଂସା କରିବା ସହ ଶୁଭକାମନା ମଧ୍ୟ ଜଣାଇଛନ୍ତି। ସେ ଧରିଥିବା ଡୁଙ୍ଗଡୁଙ୍ଗା ବାଦ୍ୟ ହେଉଛି ଆଦିବାସୀମାନଙ୍କ ପ୍ରାକୃତିକ ଖାଦ୍ୟ ‘ଲାଉ ’ରୁ ନିର୍ମିତ l ଯାହାକି ଦେଖିବାକୁ ‘ମା’ ସରସ୍ବତୀ’ ଙ୍କ ବୀଣା ସଦୃଶ। ସେ ଜାତୀୟ ସଙ୍ଗୀତ ଗାନ କରି ବେଶ୍‌ ଖୁସି ଥିବା ସହ ଆଗାମୀ ପିଢ଼ି ପାଇଁ ଅବିଭକ୍ତ କୋରାପୁଟ ଜିଲାର ପାରମ୍ପରିକ ବାଦ୍ୟଯନ୍ତ୍ରର ପ୍ରଚାର ପ୍ରସାର ପାଇଁ ଏଭଳି ପ୍ରୟାସ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri