ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା, ବାନ୍ଧବୀ ମନଜିତ୍‌ ଟେଟେଙ୍କୁ ଜେରା

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ ଜାରି ରଖିଛି। ଭୁବନେଶ୍ୱର ଇନ୍‌ଫୋସିଟି ଥାନାରେ ବୁଧବାର ମୃତ ଆନନ୍ଦଙ୍କ ବାନ୍ଧବୀ ମନ୍‌ଜିତ୍‌ ଟେଟେଙ୍କୁ ଜେରା କରାଯାଇଛି। ଏହାପୂର୍ବରୁ ସୋମବାର ଆନନ୍ଦଙ୍କ ପିଲାଦିନର ସାଙ୍ଗ ତଥା ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ଜେରା କରାଯାଇଥିଲା। ତେବେ ବାନ୍ଧବୀ ମନଜିତ୍‌ ତାଙ୍କ ବାପାଙ୍କ ସହ ପୂର୍ବାହ୍ନ ପ୍ରାୟ ୧୦ଟାରେ ଥାନାରେ ପହଞ୍ଚତ୍ବା ପରେ ପୋଲିସ ଅଧିକାରୀମାନେ ତାଙ୍କୁ ମାମଲା ସଂକ୍ରାନ୍ତରେ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ଥାନାରେ ମନଜିତ୍‌ଙ୍କ ସିଆର୍‌ପିସି ୧୬୧ରେ ଓ କୋର୍ଟରେ ସିଆର୍‌ପିସି ୧୬୪ରେ ବୟାନ ରେକର୍ଡ କରାଯାଇଛି। ତେବେ ତଦନ୍ତରୁ ପୋଲିସକୁ ମାମଲା ସଂକ୍ରାନ୍ତରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଓ ପ୍ରମାଣ ମିଳିଛି। ଆନନ୍ଦ ମୃତ୍ୟୁ ପୂର୍ବରୁ ପ୍ରାୟ ଦେଢ଼ ବର୍ଷ ଧରି ବାନ୍ଧବୀ ମନ୍‌ଜିତଙ୍କ ସହ ଲିଭ୍‌ ଇନ୍‌ରେ ଥିଲେ। ସେମାନେ ଇନ୍‌ଫୋସିଟି ଅଞ୍ଚଳର ଏକ ଫ୍ଲାଟ୍‌ରେ ଏକାଠି ରହୁଥିଲେ। ସେଠାରେ ଆଉଏକ ରୁମରେ ମଧ୍ୟ ବୀରେନ୍ଦ୍ର ରହୁଥିଲେ। ଆନନ୍ଦଙ୍କର ଅନ୍ୟତ୍ର ବିବାହ ହୋଇଯିବାପରେ ଉଭୟଙ୍କ ମଧ୍ୟରେ ବିବାଦ ହୋଇଥିଲା। ବିବାହର ୧୦ ଦିନପରେ ଅର୍ଥାତ ଫେବୃୟାରୀ ୨୮ରେ ଆନନ୍ଦ ରାଉରକେଲାରୁ ଫେରି ଉକ୍ତ ଫ୍ଲାଟ୍‌କୁ ଆସିଥିଲେ। ମନଜିତଙ୍କ ସହ ସମ୍ପର୍କ ରଖିବାକୁ ଚାହିଁଥିଲେ। ଏନେଇ ମନ୍‌ଜିତ ରାଜି ନ ହେବାରୁ ଆନନ୍ଦ ତାଙ୍କ ରୁମ୍‌ରେ ଶାଢ଼ୀ ଦ୍ୱାରା ଝୁଲି ଆତ୍ମହତ୍ୟା କରିଥିଲେ ବୋଲି ଜଣେ ଅଧିକାରୀ କହିଛନ୍ତି। ସେହି ସମୟରେ ମଧ୍ୟ ବୀରେନ୍ଦ୍ର ଅନ୍ୟଏକ ରୁମ୍‌ରେ ଥିଲେ। କମିଶନରେଟ ପୋଲିସ ପକ୍ଷରୁ ଖବରଦାତା ସମ୍ମିଳନୀ କରାଯାଇ ମାମଲା ସକ୍ରାନ୍ତରେ ଖୁଲାସା କରାଯିବ ସୂଚନା ମିଳିଛି। ଗତ ଫେବୃୟାରୀ ୨୮ ଆନନ୍ଦଙ୍କ ମୃତ୍ୟୁ ହୋଇଥିବା ତାଙ୍କ ବାପାଙ୍କୁ ବୀରେନ୍ଦ୍ର ଜଣାଇଥିଲେ। ଏଥିସହ ଆନନ୍ଦଙ୍କୁ ସେ କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲେ ମଧ୍ୟ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ଏନେଇ ବୀରେନ୍ଦ୍ର ଓ ମନ୍‌ଜିତ ଟେଟେଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଥିଲେ ଆନନ୍ଦଙ୍କ ବାପା ବନ୍ଧନ। ପରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri