୯୦ ଏକର ଜମିରେ ହେବ ‘ଆନନ୍ଦବନ’

ଭୁବନେଶ୍ୱର,୧୩।୧ (ବ୍ୟୁରୋ): ସହରାଞ୍ଚଳ ବନ ବିଭାଗ ପକ୍ଷରୁୁ ଶଙ୍କରପୁର ମୌଜା ଘାଟିକିଆ-କଳିଙ୍ଗ ବିହାର ଅଞ୍ଚଳରେ ପ୍ରକଳ୍ପ ‘ଆନନ୍ଦବନ’ ପ୍ରସ୍ତୁତ କରାଯାଉଛି। ପ୍ରାୟ ୯୦ ଏକର ଜମିରେ ଏହି ଆନନ୍ଦବନର ପରିକଳ୍ପନା କରାଯାଇଥିବାବେଳେ ଉକ୍ତ ଅଞ୍ଚଳରେ ଗଢ଼ିଉଠିଥିତ୍ବା ବେଆଇନ୍‌ ନିର୍ମାଣ ଏଥିରେ ବାଧକ ସାଜିଛି। ସିଟି ଡିଏଫ୍‌ଓ ଅଜିତ୍‌ କୁମାର ଶତପଥୀଙ୍କ ସୂଚନାନୁଯାୟୀ, ୧୫ କୋଟି ଟଙ୍କା ବ୍ୟୟରେ ଉକ୍ତ ଅଞ୍ଚଳର ଉନ୍ନତୀକରଣ କରାଯାଉଛି। ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଏହି ବ୍ୟୟ ବହନ କରୁଥିବାବେଳେ ପ୍ରତି ୫ବର୍ଷରେ ଏହାର ରକ୍ଷଣାବେକ୍ଷଣ ନିମନ୍ତେ ୨କୋଟି ଟଙ୍କା ପ୍ରଦାନ କରିବ। ଅନ୍ୟପଟେ ତମାଣ୍ଡୋ ଓ ଭରତପୁର ଥାନା ଅଧୀନରେ ଥିବା ଏହି ଅଞ୍ଚଳରୁ ବେଆଇନ ନିର୍ମାଣକୁ ଗୁରୁବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଉଚ୍ଛେଦ କରାଯାଇଛି। ସହରାଞ୍ଚଳ ବନ ବିଭାଗର ରିକ୍ୟୁଜିଶନ୍‌ ଭିତ୍ତିରେ ଉକ୍ତ ସ୍ଥାନରୁ ବ୍ୟାପକ ଉଚ୍ଛେଦ କରାଯାଇଛି। ଏହି କ୍ରମରେ ସରକାରୀ ଜମିରେ ଗଢ଼ି ଉଠିଥିତ୍ବା ୧୧ଟି ପରିବା ଦୋକାନ, ୨୧ଟି ଟିଣ ନିର୍ମିତ ଦୋକାନ, ୧୭ଟି ଆଜବେଷ୍ଟସ୍‌ ଦୋକାନ ଘର, ୯ଟି ପାନ ଦୋକାନ, ୧୧ଟି ଚା’ ଦୋକାନ, ୧୯ଟି ଜରି ଓ ବାଉଁଶ ନିର୍ମିତ ଘର, ୩ଟି ଗ୍ୟାରେଜ ସହ ୨୮ଫୁଟ୍‌ ଦୀର୍ଘ ଏକ ବାଉଁଶବାଡ଼କୁ ମାଟିରେ ମିଶାଇ ଦିଆଯାଇଛି। ତେବେ ସନ୍ଧ୍ୟା ହୋଇଯିବାରୁ ଉଚ୍ଛେଦକାର୍ଯ୍ୟକୁ ଅଧାରେ ରଖିବାକୁ ପଡ଼ିଛି। ଶୁକ୍ରବାର ଅବଶିଷ୍ଟ ବେଆଇନ୍‌ ଦଖଲ ହଟାଯିବ ବୋଲି ବିଡିଏ ପକ୍ଷରୁ ସୂଚନା ମିଳିଛି। ଉଚ୍ଛେଦ ସମୟରେ ଏନଫୋର୍ସମେଣ୍ଟ ଅଫିସର ପ୍ରମୋଦ କୁମାର ପାତ୍ର, ଜନସମ୍ପର୍କ ଅଧିକାରୀ ଶୁଭ୍ରାଂଶୁ ଶେଖର ମହାନ୍ତି, ଏନଫୋର୍ସମେଣ୍ଟ୍‌ ସ୍କ୍ବାଡ୍‌ ୧,୨ ଓ ୩ ଏବଂ ବନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri