ଭିଜିଲାନ୍ସ ଜାଲରେ ଆନନ୍ଦପୁର ଏବିଇଓ

ଆନନ୍ଦପୁର,୩୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଏବିଇଓ ବୁଧବାର ଜଣେ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ୧୦ ହଜାର ଲାଞ୍ଚ ନେବା ସମୟରେ ବାଲେଶ୍ୱର ଭିଜିଲାନ୍ସ ବିଭାଗ ଦ୍ୱାରା ଆନନ୍ଦପୁର ବ୍ଲକ ଏବିଇଓ ଅଭିମନ୍ୟୁ ସାହୁ ଧରାପଡ଼ିଛନ୍ତି। ଭିଜିଲାନ୍ସ ଟିମ୍‌ ପକ୍ଷରୁ ଉଭୟ କାର୍ଯ୍ୟାଳୟ ଏବଂ ତାଙ୍କ ଘସିପୁରା ବ୍ଲକ କଇନିପୁରାସ୍ଥିତ ବାସଭବନରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଶିକ୍ଷକ ସୋମନାଥ ରାମଙ୍କ ନାମରେ ଏକ ବିଭାଗୀୟ ମାମଲାକୁ ରଫାଦଫା କରିବା ଉଦ୍ଦେଶ୍ୟରେ ଏବିଇଓ ଅଭିମନ୍ୟୁ ସାହୁ ୪୦ ହଜାର ଟଙ୍କା ଦାବି କରିଥିଲେ। ପରବର୍ତ୍ତୀ ସମୟରେ ୧୦ ହଜାର ଟଙ୍କା ଦେବାକୁ ଶିକ୍ଷକ ରାଜି ହେବା ସହିତ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ଶିକ୍ଷକ ରାମ୍‌ ବୁଧବାର ୧୦ ହଜାର ଟଙ୍କା ଦେବା ସମୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଚଢ଼ାଉ କରାଯାଇ ଏବିଇଓ ସାହୁଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ବାଲେଶ୍ୱର ଭିଜିଲାନ୍ସ ବିଭାଗ କେସ୍‌ ନଂ୧୧/୨୧ରେ ଏକ ମାମଲା ରୁଜୁ କରାଯାଇ ଏବିଇଓଙ୍କୁ ଗିରଫ କରାଯିବା ସହିତ ଘଟଣାର ତଦନ୍ତ କରାଯାଉଥିବା ବାଲେଶ୍ୱର ଭିଜିଲାନ୍ସ ବିଭାଗ ଅତିରିକ୍ତ ଏସ୍‌ପି ପରମେଶ୍ୱର କିଷାନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri