ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭୋଟ ହାର ୭୪.୬୫%, ରାତି ସାଢ଼େ ୧୦ଟା ଯାଏ ଚାଲିଲା ମତଦାନ

ହାଟଡିହୀ,୨୬।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୯୧ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଛି। ଉକ୍ତ ବିଧାନସଭା କ୍ଷେତ୍ର ଅଧୀନରେ ହାଟଡିହୀ ଏବଂ ଆନନ୍ଦପୁର ବ୍ଲକ, ଆନନ୍ଦପୁର ମ୍ୟୁନିସିପାଲିଟି ରହିଥିବା ବେଳେ ଶାନ୍ତି, ଶୃଙ୍ଖଳାର ସହ ଏଥର ଭୋଟ ଗ୍ରହଣ ହୋଇଛି । ହାଟଡିହୀ ବ୍ଲକରେ ୧୬୮ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଥିଲା l ସେଥିମଧ୍ୟରୁ ୧୧ଟି ଆଦର୍ଶ ବୁଥ୍‌ ରହିଥିଲା। ମୋଟ ୭ଜଣ ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନୀ ମଇଦାନରେ ପ୍ରତିଦ୍ବନ୍ଦିତା କରୁଥିଲେ । ବିଜେଡିରୁ ଅଭିମନ୍ୟୁ ସେଠୀ, ଭାଜପାରୁ ଆଲୋକ ସେଠୀ, କଂଗ୍ରେସରୁ ପୂର୍ବତନ ବିଧାୟକ ଜୟଦେବ ଜେନା, ସ୍ବାଧୀନରୁ ଝାନ୍‌ସୀରାଣୀ ଦାସ ଏବଂ ବିଶ୍ୱ ପ୍ରତାପ ଜେନା, ବହୁଜନ ସମାଜ ପାର୍ଟିରୁ ଦେବେନ୍ଦ୍ର ଜେନା,ଏସ୍‌ୟୁସିଆଇରୁ ନୀଳକଣ୍ଠ ଜେନା ନିର୍ବାଚନ ଲଢୁଥିଲେ l ରାତି ପ୍ରାୟ ସାଢେ ୧୦ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିଥିଲା l କେତେକ ସ୍ଥାନରେ ସ୍ଥାନରେ ଇଭିଏମ୍‌ ଅଚଳ ହେବାରୁ ଭୋଟ ଗ୍ରହଣ ଦୀର୍ଘ ସମୟ ପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇଥିଲା। ଭୋଟ ଗ୍ରହଣ ବନ୍ଦ ରହିଥିଲା l ଇଭିଏମ୍‌ ମେଶିନ ସଜଡ଼ା ଯିବାପରେ ଭୋଟ ଗ୍ରହଣ ସ୍ବାଭାବିକ ହୋଇଥିଲା। ଆଉ କେତେକ କେନ୍ଦ୍ରରେ ଅବ୍ୟବସ୍ଥା ପରିଲିକ୍ଷିତ ହୋଇଥିଲା । ସକାଳ ୭ଟାରେ ଭୋଟ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପୋଲିସ,ଫୋର୍ସ, ପ୍ରଶାସନିକ ଅଧିକାରୀମାନେ ବିଭିନ୍ନ ସ୍ଥାନରେ ନିୟୋଜିତ ଥିଲେ l ଶାନ୍ତି, ଶୃଙ୍ଖଳା ଏବଂ ସୁରୁଖୁରୁରେ ର୍ନିବାଚନ ପର୍ବ ଅନୁଷ୍ଠିତ ହୋଇଥିବାରୁ ଆନନ୍ଦପୁର ଉପଜିଲାପାଳ ଫାଲ୍ଗୁନୀ ମାଝୀ, ଆନନ୍ଦପୁର ଡିଏସ୍‌ପି ପ୍ରଶାନ୍ତ ବେହେରା ଏବଂ ହାଟଡିହୀ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ନନ୍ଦିପଦା ଆଇଆଇସି ରବୀନ୍ଦ୍ର ପାତ୍ର, ସୋସୋ ଆଇଆଇସି ବିଜୟ ବିହାରୀ ଏବଂ ଆନନ୍ଦପୁର ଆଇଆଇସି ଲକ୍ଷ୍ମୀକାନ୍ତ ପ୍ରଧାନ ପ୍ରମୁଖ ଗଣମାଧ୍ୟମ ପ୍ରତିନିଧି ଏବଂ ଭୋଟରଙ୍କୁ କୃତଜ୍ଞତା ଏବଂ ଧନ୍ୟବାଦ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri