ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭୋଟ ହାର ୭୪.୬୫%, ରାତି ସାଢ଼େ ୧୦ଟା ଯାଏ ଚାଲିଲା ମତଦାନ

ହାଟଡିହୀ,୨୬।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୯୧ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଛି। ଉକ୍ତ ବିଧାନସଭା କ୍ଷେତ୍ର ଅଧୀନରେ ହାଟଡିହୀ ଏବଂ ଆନନ୍ଦପୁର ବ୍ଲକ, ଆନନ୍ଦପୁର ମ୍ୟୁନିସିପାଲିଟି ରହିଥିବା ବେଳେ ଶାନ୍ତି, ଶୃଙ୍ଖଳାର ସହ ଏଥର ଭୋଟ ଗ୍ରହଣ ହୋଇଛି । ହାଟଡିହୀ ବ୍ଲକରେ ୧୬୮ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଥିଲା l ସେଥିମଧ୍ୟରୁ ୧୧ଟି ଆଦର୍ଶ ବୁଥ୍‌ ରହିଥିଲା। ମୋଟ ୭ଜଣ ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନୀ ମଇଦାନରେ ପ୍ରତିଦ୍ବନ୍ଦିତା କରୁଥିଲେ । ବିଜେଡିରୁ ଅଭିମନ୍ୟୁ ସେଠୀ, ଭାଜପାରୁ ଆଲୋକ ସେଠୀ, କଂଗ୍ରେସରୁ ପୂର୍ବତନ ବିଧାୟକ ଜୟଦେବ ଜେନା, ସ୍ବାଧୀନରୁ ଝାନ୍‌ସୀରାଣୀ ଦାସ ଏବଂ ବିଶ୍ୱ ପ୍ରତାପ ଜେନା, ବହୁଜନ ସମାଜ ପାର୍ଟିରୁ ଦେବେନ୍ଦ୍ର ଜେନା,ଏସ୍‌ୟୁସିଆଇରୁ ନୀଳକଣ୍ଠ ଜେନା ନିର୍ବାଚନ ଲଢୁଥିଲେ l ରାତି ପ୍ରାୟ ସାଢେ ୧୦ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିଥିଲା l କେତେକ ସ୍ଥାନରେ ସ୍ଥାନରେ ଇଭିଏମ୍‌ ଅଚଳ ହେବାରୁ ଭୋଟ ଗ୍ରହଣ ଦୀର୍ଘ ସମୟ ପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇଥିଲା। ଭୋଟ ଗ୍ରହଣ ବନ୍ଦ ରହିଥିଲା l ଇଭିଏମ୍‌ ମେଶିନ ସଜଡ଼ା ଯିବାପରେ ଭୋଟ ଗ୍ରହଣ ସ୍ବାଭାବିକ ହୋଇଥିଲା। ଆଉ କେତେକ କେନ୍ଦ୍ରରେ ଅବ୍ୟବସ୍ଥା ପରିଲିକ୍ଷିତ ହୋଇଥିଲା । ସକାଳ ୭ଟାରେ ଭୋଟ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପୋଲିସ,ଫୋର୍ସ, ପ୍ରଶାସନିକ ଅଧିକାରୀମାନେ ବିଭିନ୍ନ ସ୍ଥାନରେ ନିୟୋଜିତ ଥିଲେ l ଶାନ୍ତି, ଶୃଙ୍ଖଳା ଏବଂ ସୁରୁଖୁରୁରେ ର୍ନିବାଚନ ପର୍ବ ଅନୁଷ୍ଠିତ ହୋଇଥିବାରୁ ଆନନ୍ଦପୁର ଉପଜିଲାପାଳ ଫାଲ୍ଗୁନୀ ମାଝୀ, ଆନନ୍ଦପୁର ଡିଏସ୍‌ପି ପ୍ରଶାନ୍ତ ବେହେରା ଏବଂ ହାଟଡିହୀ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ନନ୍ଦିପଦା ଆଇଆଇସି ରବୀନ୍ଦ୍ର ପାତ୍ର, ସୋସୋ ଆଇଆଇସି ବିଜୟ ବିହାରୀ ଏବଂ ଆନନ୍ଦପୁର ଆଇଆଇସି ଲକ୍ଷ୍ମୀକାନ୍ତ ପ୍ରଧାନ ପ୍ରମୁଖ ଗଣମାଧ୍ୟମ ପ୍ରତିନିଧି ଏବଂ ଭୋଟରଙ୍କୁ କୃତଜ୍ଞତା ଏବଂ ଧନ୍ୟବାଦ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri