ଜୁନ୍‌ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଆନନ୍ଦପୁର ବ୍ୟାରେଜ: ମୁଖ୍ୟ ଶାସନ ସଚିବ

ଆନନ୍ଦପୁର,୧୮ା୨(ସ୍ବ.ପ୍ର.): ୪୭୫ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ୨୦୨୦ ଜାନୁୟାରୀ ୩୧ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା। ଲୋକର୍ପଣକୁ ଦୀର୍ଘ ୩ ବର୍ଷ ଅତିକ୍ରାନ୍ତ କରିଥିଲେ ବି ଅଦ୍ୟାବଧି ଏହା କାର୍ଯ୍ୟକ୍ଷମ ହୋଇପାରିନି। ଶନିବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଆନନ୍ଦପୁର ଗସ୍ତ ଅବସରରେ ବ୍ୟାରେଜ ପ୍ରକଳ୍ପ ଅଞ୍ଚଳ ପରିଦର୍ଶନ କରିଥିଲେ। ପ୍ରାରମ୍ଭରେ ୨୦ ନଂ ଜାତୀୟ ରାଜପଥର ବେଲବାହାଳି ଠାରେ ନିର୍ମାଣାଧୀନ କୁଶେଇ ସେତୁ ପରିଦର୍ଶନ ପରେ ମୁଖ୍ୟ ଶାସନ ସଚିବ ବ୍ୟାରେଜ ପ୍ରକଳ୍ପ ପରିଦର୍ଶନରେ ଆସିଥିଲେ। ନିର୍ମାଣାଧୀନ ଥିବା ଉଭୟ ବାମପାର୍ଶ୍ୱ ଓ ଡାହାଣପାର୍ଶ୍ୱ କେନାଲର ସ୍ଥିତିକୁ ଅନୁଧ୍ୟାନ କରିବା ସହିତ ଜୁନ୍‌ ସୁଦ୍ଧା ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ବୋଲି ପ୍ରକାଶ କରିଥିଲେ। ଏହା ସହିତ ଆନନ୍ଦପୁରଠାରେ ୬୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବାକୁ ଯାଉଥିବା ଉଠା ଜଳସେଚନ ପ୍ରକଳ୍ପ ସମ୍ପର୍କରେ ସୂଚନା ଦେବା ସହିତ ଆନନ୍ଦପୁର ଅଞ୍ଚଳରେ ୫୦ ହଜାର ହେକ୍ଟର ଜମି ଜଳସେଚିତ ହେବ ବୋଲି କହିଥିଲେ। କେନାଲ ନିର୍ମାଣ କାର୍ଯ୍ୟ ଶେଷ ହୋଇ ଜୁଲାଇ ପରେ ୬ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ହେବ ବୋଲି ମଧ୍ୟ କହିଥିଲେ। ନିର୍ମାଣାଧୀନ ସମସ୍ତ ପ୍ରକଳ୍ପର କାର୍ଯ୍ୟ ଶେଷ ହେବା ପରେ କେନ୍ଦୁଝର ଜିଲାରେ ୮୦ରୁ ୯୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ ବୋଲି ସୂଚନା ମିଳିଛି। ଆନନ୍ଦପୁର ଗସ୍ତ ପରେ ମୁଖ୍ୟ ଶାସନ ସଚିବ ମୟୂରଭଞ୍ଜର ଦେଓ ପ୍ରକଳ୍ପ ପରିଦର୍ଶନରେ ଯାଇଥିଲେ।

ସୂଚନାଯୋଗ୍ୟ,୨୦୦୯ ଜାନୁୟାରୀ ୯ରେ ଆନନ୍ଦପୁର ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିଲା। ୨୦୨୦ ଜାନୁୟାରୀ ୩୧ରେ ଲୋକାର୍ପଣ ହୋଇଥିଲେ ସୁଦ୍ଧା ଅଦ୍ୟାବଧି କାର୍ଯ୍ୟକ୍ଷମ ହୋଇ ନ ପାରିବା ଚର୍ଚ୍ଚାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?