କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର

ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହେବା ସହ କିଛି ପରିବାରର ସର୍ବସ୍ବ ଉଜାଡି ଦେଇଛି ।

ସୂଚନାନୁଯାୟୀ, ଏହି କାଳବୈଶାଖୀ ପ୍ରଭାବରେ ବିରାଟକାୟ ଗଛ ଉପୁଡ଼ି ଯିବାସହ କିଛି ଘରର ଆଜବେଷ୍ଟ ମାନ ଉଡିଯାଇଛି। ସେହିଭଳି କିଛି ଘରର କାନ୍ଥ ଭାଙ୍ଗି ଯାଇଛି । ବାଉଁଶଗଡ଼ ପଞ୍ଚାୟତ ଗଡ଼ଗଡ଼ିଆ ସାହିର ଦୁଇ ପରିବାରର ଶ୍ରୀଧର ପାତ୍ର, ମନୋରଞ୍ଜନ ପାତ୍ରଙ୍କ ଚାରି ବଖରା ଘରେ ଏକ ବିରାଟ ବଡ଼ ଗଛ ପଡିବା ଯୋଗୁ ଘରଟି ମାଟିରେ ମିଶିଯାଇଛି l ଘର ଭିତରେ ଥିବା ସଂପୂର୍ଣ୍ଣ ଆସବାବପତ୍ର ନଷ୍ଟ ହୋଇଯାଇଥିବା ବେଳେ ବାଇକ, ସାଇକେଲ ଆଦି ଚାପି ହୋଇ ରହିଯାଇଛି । ଦୁଇ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସେମାନେ ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି। ତେବେ ବାଉଁଶଗଡ଼ ସରପଞ୍ଚ ଖବରପାଇ ପହଞ୍ଚି ସେମାନଙ୍କୁ ଅଙ୍ଗନଓ୍ବାଡି ଘରେ ରହିବା ପାଇଁ ପରାମର୍ଶ ଦେଇଛନ୍ତି। ଏପରିକି ସେମାନଙ୍କ ଖାଇବା ପାଇଁ ଚୁଡା, ଗୁଡ଼, ବିସ୍କୁଟ ଯୋଗାଇ ଦେଇଛନ୍ତି l ଦୁଇ ପରିବାରଙ୍କୁ ସରକାର ତରଫରୁ ସହାୟତା ଦେବାସହ ଆବାସ ଯୋଜନାରେ ଅନର୍ଭୁକ୍ତ କରି ଘର ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri