କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର

ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହେବା ସହ କିଛି ପରିବାରର ସର୍ବସ୍ବ ଉଜାଡି ଦେଇଛି ।

ସୂଚନାନୁଯାୟୀ, ଏହି କାଳବୈଶାଖୀ ପ୍ରଭାବରେ ବିରାଟକାୟ ଗଛ ଉପୁଡ଼ି ଯିବାସହ କିଛି ଘରର ଆଜବେଷ୍ଟ ମାନ ଉଡିଯାଇଛି। ସେହିଭଳି କିଛି ଘରର କାନ୍ଥ ଭାଙ୍ଗି ଯାଇଛି । ବାଉଁଶଗଡ଼ ପଞ୍ଚାୟତ ଗଡ଼ଗଡ଼ିଆ ସାହିର ଦୁଇ ପରିବାରର ଶ୍ରୀଧର ପାତ୍ର, ମନୋରଞ୍ଜନ ପାତ୍ରଙ୍କ ଚାରି ବଖରା ଘରେ ଏକ ବିରାଟ ବଡ଼ ଗଛ ପଡିବା ଯୋଗୁ ଘରଟି ମାଟିରେ ମିଶିଯାଇଛି l ଘର ଭିତରେ ଥିବା ସଂପୂର୍ଣ୍ଣ ଆସବାବପତ୍ର ନଷ୍ଟ ହୋଇଯାଇଥିବା ବେଳେ ବାଇକ, ସାଇକେଲ ଆଦି ଚାପି ହୋଇ ରହିଯାଇଛି । ଦୁଇ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସେମାନେ ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି। ତେବେ ବାଉଁଶଗଡ଼ ସରପଞ୍ଚ ଖବରପାଇ ପହଞ୍ଚି ସେମାନଙ୍କୁ ଅଙ୍ଗନଓ୍ବାଡି ଘରେ ରହିବା ପାଇଁ ପରାମର୍ଶ ଦେଇଛନ୍ତି। ଏପରିକି ସେମାନଙ୍କ ଖାଇବା ପାଇଁ ଚୁଡା, ଗୁଡ଼, ବିସ୍କୁଟ ଯୋଗାଇ ଦେଇଛନ୍ତି l ଦୁଇ ପରିବାରଙ୍କୁ ସରକାର ତରଫରୁ ସହାୟତା ଦେବାସହ ଆବାସ ଯୋଜନାରେ ଅନର୍ଭୁକ୍ତ କରି ଘର ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri