ଗଞ୍ଜେଇ ବେପାର କରୁଥିଲେ, ମାଡ଼ିବସିଲା ଆନନ୍ଦପୁର ଅବକାରୀ ବିଭାଗ

ଆନନ୍ଦପୁର,୧୫ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଛି। ଘଟଣାରେ ଅବକାରୀ ବିଭାଗ ୨ ଜଣଙ୍କୁ ଗିରଫ କରିଛି। ଆନନ୍ଦପୁର ଅବକାରୀ ବିଭାଗ ଅଧୀନ ନନ୍ଦିପଦା ଥାନା ଗୋପାଳପୁର ଗଁାରେ ରିନାରାଣୀ ରାଉତ ଗଞ୍ଜେଇ ଭର୍ତ୍ତି ବ୍ୟାଗ୍‌ ଧରି ବିକ୍ରି ଉଦ୍ଦେଶ୍ୟରେ ଯାଉଥିଲେ। ବିଶେଷ ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଅଟକ ରଖି ବ୍ୟାଗରୁ ୩ କେଜି ଗଞ୍ଜେଇ ଜବତ କରିଥିଲା। ସେହିଭଳି ସମାନ ଢଙ୍ଗରେ ଆନନ୍ଦପୁର ଥାନା ପଦ୍ମପୁର ଗାଁର ସନାତନ ସାହୁ ବ୍ୟାଗରେ ଗଞ୍ଜେଇ ନେଇ ଯାଉଥିବା ବେଳେ ଯାଞ୍ଚ କରାଯାଇଥିଲା। ତାଙ୍କ ନିକଟରୁ ୪ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରାଯାଇଛି। ଗଞ୍ଜେଇ କାରବାର ଅଭିଯୋଗରେ ଉଭୟଙ୍କୁ କୋର୍ଟଚାଲାଣ କରାଯାଇଥିବା ଅବକାରୀ ଇନ୍ସପେକ୍ଟର ବ୍ରଜମୋହନ ମଲ୍ଲିକ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri