ଆନନ୍ଦପୁର ବିଧାୟକଙ୍କୁ କରୋନା

କେନ୍ଦୁଝର, ୫।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ହୋମ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ବନ୍ଧୁ ତଥା ସମର୍ଥକମାନଙ୍କୁ କରୋନା ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।