ଆନନ୍ଦପୁର ପୌର ଅଧିକାରୀଙ୍କ ବଦଳି, ବର୍ଷକ ମଧ୍ୟରେ ବଦଳିଲେଣି ୩ ଅଧିକାରୀ

ଆନନ୍ଦପୁର,୧୭ା୫(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦର ନୂତନ ପାରିଷଦ ଗଠନ ହେବାର ବର୍ଷକ ମଧ୍ୟରେ ୩ ପୌର ଅଧିକାରୀଙ୍କ ଦାୟିତ୍ୱକୁ ନେଇ ଚର୍ଚ୍ଚା ଜୋର ଧରିଛି। ବର୍ତ୍ତମାନ ଆନନ୍ଦପୁର ପୌରଅଧିକାରୀ ଭାବେ ନିଯୁକ୍ତି ପାଇଥିବା ଅଶୋକ କୁମାର ରାଉତଙ୍କ ବଦଳି ଆଦେଶକୁ ନେଇ ଏଭଳି ଚାପା ଗୁଞ୍ଜରଣ ସୃଷ୍ଟି ହୋଇଛି। ରାଜ୍ୟ ସରକାରଙ୍କ ହାଉସିଂ ଓ ସହରୀ ଉନ୍ନୟନକରଣ ବିଭାଗ ଭୁବନେଶ୍ୱର ଆଦେଶ ପତ୍ର ସଂଖ୍ୟା ୯୯୯୯/୧୭ା୫ା୨୩ ଅନୁଯାୟୀ, ଆନନ୍ଦପୁର ପୌର ଅଧିକାରୀଙ୍କୁ ଜେ.ଇ. ସିଡିଏ, କଟକ ଭାବେ ବଦଳି ଆଦେଶ ହୋଇଛି। ଆନନ୍ଦପୁର ପୌର କାର୍ଯ୍ୟାଳୟରେ ୫ଟି ସରକାରୀ ବ୍ୟବସ୍ଥା ସଠିକ୍‌ ଭାବେ ତ୍ୱରାନ୍ବିତ ହୋଇପାରୁ ନ ଥିବା, ପୌରକର୍ମଚାରୀଙ୍କ ମଧ୍ୟରେ ସମନ୍ବୟ ଅଭାବ କାରଣକୁ ନେଇ ରାଜ୍ୟ ହାଉସିଂ ଓ ସହରୀ ଉନ୍ନୟନ ବିଭାଗ ନିକଟରେ ଅଭିଯୋଗପତ୍ର ଦାଖଲ ହୋଇଥିଲା। ସେହିପରି ପୌରଅଧିକାରୀ ରାଉତ ମଧ୍ୟ ଅନ୍ୟତ୍ର ବଦଳି ହେବା ପାଇଁ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପତ୍ର ଲେଖିବା ଭଳି ଘଟଣା ମଧ୍ୟ ଚର୍ଚ୍ଚାକୁ ଆସିଥିଲା। ପୌରଅଧିକାରୀଙ୍କ ବଦଳି ଆଦେଶ ପରେ ଦାୟିତ୍ୱ କିଏ ଗ୍ରହଣ କରିବେ ସେ ସମ୍ପର୍କରେ କୌଣସି ସୂଚନା ହସ୍ତଗତ ହୋଇନାହିଁ।

ସୂଚନାଯୋଗ୍ୟ, ନୂତନ ପାରିଷଦ ଗଠନର ବର୍ଷକ ମଧ୍ୟରେ ଆନନ୍ଦପୁର ପୌରପରିଷଦରେ ତିନି ତିନି ଜଣ ପୌରଅଧିକାରୀଙ୍କୁ ଦେଖିଲାଣି। ନୂତନ ପାରିଷଦ ଗଠନର ପ୍ରାଥମିକ ପର୍ଯ୍ୟାୟରେ ଲଳିତ କୁମାର ନାୟକ ପୌରଅଧିକାରୀ ଭାବେ ଦାୟିତ୍ୱରେ ଥିବାବେଳେ ତାଙ୍କର ବଦଳି ହୋଇଥିଲା। ଆନନ୍ଦପୁର ତହସିଲଦାର ମାନସ କୁମାର ତ୍ରିପାଠୀଙ୍କୁ ପୌରଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri