ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ଛାତରୁ ଗଳିଲା ବର୍ଷାପାଣି

ଆନନ୍ଦପୁର,୧୨।୫(ସ୍ବ.ପ୍ର.): ବାତ୍ୟା ପ୍ରଭାବରେ ବୁଧବାର ସକାଳେ ସାମାନ୍ୟ ବର୍ଷାରେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ଭିତରେ ପାଦବୁଡ଼ା ପାଣି ଦେଖିବାକୁ ମିଳିଥିଲା। ରୋଗୀ ଏବଂ ରୋଗୀ ସହାୟକମାନେ ଯିବାଆସିବା ସମୟରେ ପଡ଼ି ଆହତ ହେବା ଭଳି ଘଟଣା ଘଟିଥିଲା। ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ନବଜାତ ସ୍ବାସ୍ଥ୍ୟକେନ୍ଦ୍ରର ବହୁତଳ ପ୍ରାସାଦରେ ଏଭଳି ସମସ୍ୟା ଦେଖାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର କୋଠାର ଛାତରୁ ପାଣି ଗଳି ବିଭିନ୍ନ ଓ୍ବାର୍ଡ ସମେତ ଟିକାକରଣ କେନ୍ଦ୍ର ଏବଂ ଅଭ୍ୟର୍ଥନା ପ୍ରକୋଷ୍ଠ ଜଳାର୍ଣ୍ଣବ ହୋଇଥିଲା। ସ୍ବାସ୍ଥ୍ୟସେବା ପାଇଁ ଆସିଥିବା ଗର୍ଭବତୀ ମହିଳା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସେହିପରି ନବଜାତ ଶିଶୁମାନଙ୍କୁ ଟିକାକରଣ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇଥିଲା। ରୋଗୀଙ୍କ ସହାୟକ ଏବଂ କେତେଜଣ ଶିଶୁ ରୋଗୀ ପାଣି ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ର ଟାଇଲ ଉପରେ ପଡ଼ି ଆହତ ହୋଇଥିବା ଅଭିଯୋଗ ହେଉଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା।
ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ନବନିର୍ମିତ ଏହି କୋଠା ମାତ୍ର ତିନିବର୍ଷ ହେବ କାର୍ଯ୍ୟକ୍ଷମ ହୋଇଛି। ଛାତରୁ ପାଣି ଗଳିବା ଘଟଣାରୁ କୋଟି କୋଟି ଟଙ୍କା ବ୍ୟୟରେ ନିର୍ମାଣ ଶୈଳୀକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିମ୍ନମାନର କାର୍ଯ୍ୟ କରାଯାଇଥିବା ସାମାଜିକ କର୍ମୀ ବୁଲୁ ପଟ୍ଟନାୟକ, ରୋଗୀଙ୍କ ସମ୍ପର୍କୀୟ ମୁନା ନାୟକ, ମନୋଜ କୁମାର ସ୍ବାଇଁ ପ୍ରମୁଖ ଅଭିଯୋଗ କରିଛନ୍ତି। ସୂଚନାଥାଉକି, ଏହି ଚିକିତ୍ସାଳୟ କେତେବେଳେ ଚିକିତ୍ସାକୁ ନେଇ ବିବାଦରେ ତ ଆଉ କେତେବେଳେ ଅନ୍ଧାରରେ ସ୍ବାସ୍ଥ୍ୟସେବା, ମଝିରେ ମଝିରେ ଛାତର ସିଲିଂ ଖସି ରୋଗୀ ଆହତ ହେବା ନେଇ ବିବାଦ ଘେରକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri