ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ ଭାବେ ଭାରତକୁ ଫେରାଇ ଆଣିବା ପାଇଁ ସମାଜସେବୀ ଯଜ୍ଞ ପ୍ରସାଦ ସାହୁ କେନ୍ଦୁଝର ଜିଲା ପ୍ରଶାସନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସାହୁ ଜିଲା ପ୍ରଶାସନ, ବିଦେଶ ମନ୍ତ୍ରାଳୟ ଏବଂ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରି ସତ୍ୟଦୀପଙ୍କ ଉଦ୍ଧାର ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ବିଦେଶରେ ଫସି ରହିଥିବା ଯୁବକଙ୍କ ପରିବାର ମଧ୍ୟ ଚିନ୍ତାରେ ରହିଥିବାବେଳେ, ପ୍ରଶାସନ ଏହାକୁ ଗୁରୁତର ସହ ନେଇ ଶୀଘ୍ର ସହାୟତା ପ୍ରଦାନ କରିବ ବୋଲି ଆଶା ପ୍ରକାଶ ପାଇଛି। ସମାଜସେବୀ ଯଜ୍ଞ ପ୍ରସାଦ ସାହୁ କହିଛନ୍ତି ଯେ, ଜଣେ ଓଡ଼ିଆ ଯୁବକ ବିଦେଶରେ ଅସୁବିଧାରେ ପଡ଼ିଥିବାରୁ ତାଙ୍କୁ ଫେରାଇ ଆଣିବା ପାଇଁ ସମସ୍ତ ସ୍ତରରେ ପ୍ରୟାସ ହେବା ଆବଶ୍ୟକ। ଏନେଇ ସେ କେନ୍ଦୁଝର ଜିଲା ପ୍ରଶାସନଙ୍କୁ ଶୀଘ୍ର ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?