Posted inଜାତୀୟ

ଅନନ୍ତ ଅମ୍ବାନୀଙ୍କ ବଡ ହୃଦୟ! ୩ ଆଫ୍ରିକୀୟ ହାତୀଙ୍କୁ ଦେଲେ ନୂଆ ଜୀବନ

ମୁମ୍ବାଇ,୩୧।୧୦: ବିଜନେସ ଟାଇକୁନ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ପଶୁ ପ୍ରତି ଥିବା ପ୍ରେମ ଅଳ୍ପ ବହୁତେ ସମସ୍ତଙ୍କୁ ଜଣା। ବର୍ତ୍ତମାନ ସେ ତିନି ହାତୀକୁ ନୂଆ ଜୀବନ ଦେଇଛନ୍ତି। ତିନି ଆଫ୍ରିକୀୟ ବଣୁଆ ହାତୀକୁ ଗୁଜୁରାଟର ଜାମନଗରରେ ଅବସ୍ଥିତ ବନ୍ତାରାକୁ ଅଣାଯାଉଛି। ଏଥିମଧ୍ୟରେ ଦୁଇଟି ମହିଳା ଏବଂ ଗୋଟିଏ ପୁରୁଷ ହାତୀ ଅଛନ୍ତି, ଯାହାର ବୟସ ୨୮ ରୁ ୨୯ ବର୍ଷ ହେବ।
ସୂଚନାଯୋଗ୍ୟ, ଟ୍ୟୁନିସିଆର ଏକ ଘରୋଇ ପ୍ରାଣୀ ଉଦ୍ୟାନ ହାତୀମାନଙ୍କର ଖାଦ୍ୟ, ଆଶ୍ରୟସ୍ଥଳୀ ଏବଂ ପ୍ରାଣୀ ଚିକିତ୍ସା ଆବଶ୍ୟକତା ପୂରଣ କରିବାକୁ ସଂଘର୍ଷ କରୁଛି। ଏଭଳି ପରିସ୍ଥିତିରେ ଏହି ପ୍ରାଣୀ ଉଦ୍ୟାନର ଅଧିକାରୀମାନେ ଅନନ୍ତ ଅମ୍ବାନୀଙ୍କ ବନ୍ତାରା ସହ ଯୋଗାଯୋଗ କରିଥିଲେ ଏବଂ ଅନନ୍ତ ଅମ୍ବାନୀ କାଳ ବିଳମ୍ବ ନକରି ତାଙ୍କୁ ଉଦ୍ଧାର କରିବାକୁ ନିଷ୍ପତ୍ତି ନେଇଥିଲେ। ହାତୀମାନଙ୍କୁ ଏକ ଚାର୍ଟାର୍ଡ କାର୍ଗୋ ବିମାନ ମାଧ୍ୟମରେ ଭାରତ ପରିବହନ କରାଯିବ।
ଦୁଇ ଦଶନ୍ଧିରୁ ଅଧିକ ସମୟ ପୂର୍ବରୁ, ଚାରି ବର୍ଷ ବୟସରେ, ଅଖଟମ, କାନି ଏବଂ ମୀନା (ହାତୀମାନଙ୍କର ନାମ) ବୁର୍କିନା ଫାସୋରୁ ଟ୍ୟୁନିସିଆର ପ୍ରାଣୀ ଉଦ୍ୟାନ ଫ୍ରିଗୁୟା ପାର୍କକୁ ସ୍ଥାନାନ୍ତରିତ ହୋଇଥିଲେ, ଯେଉଁଠାରେ ସେମାନେ ପ୍ରାୟ ୨୩ବର୍ଷ ଧରି ଭ୍ରମଣକାରୀଙ୍କ ପାଇଁ ଆକର୍ଷଣର କେନ୍ଦ୍ର ପାଲଟିଥିଲେ।
ହତେୀ ଗୁଡିକୁ ଭାରତ ଆଣିବା ପାଇଁ ଜାତୀୟ ତଥା ଆନ୍ତର୍ଜାତୀୟ ନିୟମ ସହିତ ସମସ୍ତ ନିୟାମକ ଏବଂ ଆଇନଗତ ଅନୁପାଳନ, ଅନ୍ତର୍ଜାତୀୟ ବାଣିଜ୍ୟରେ ବିଲୁପ୍ତପ୍ରାୟ ପ୍ରଜାତିର ବନ୍ୟଜନ୍ତୁ ଏବଂ ଫ୍ଲୋରା (CITES) ର ସମ୍ମିଳନୀର ଆବଶ୍ୟକତା ପୂରଣ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri