ଅନନ୍ତ ମହାପାତ୍ର ପାଇଲେ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର’

ଭୁବନେଶ୍ୱର,୧୦।୯(ଶର୍ମିଷ୍ଠା ପାଣିଗ୍ରାହୀ)ସୃଜନ ଓ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଚାଲିଥିବା ୨୯ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ନାଟକ କ୍ଷେତ୍ରରେ ଉଲ୍ଲେଖନୀୟ ଜୀବନବ୍ୟାପୀ ସାଧନା ପାଇଁ ଅନନ୍ତ ମହାପାତ୍ରଙ୍କୁ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ୨୦୨୩’ ପ୍ରଦାନ କରାଯାଇଛି। ତାଙ୍କୁ ୧ଲକ୍ଷ ଟଙ୍କାର ପୁରସ୍କାର ରାଶି ସହ ଉତ୍ତରୀୟ ଓ ସ୍ମୃତିଫଳକ ଦିଆଯାଇଛି। ସେହିପରି ନୃତ୍ୟ କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ଡ. ସୋନାଲ ମାନସିଂହଙ୍କୁ ମଧ୍ୟ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର’ ମିଳିଛି। ତେବେ ସେ କୌଣସି କାରଣରୁ ଅନୁପସ୍ଥିତ ରହିଥିବାରୁ ପୁରସ୍କାର ଗ୍ରହଣ କରିପାରି ନାହାନ୍ତି। ଅନ୍ୟପକ୍ଷରେ ଶାସ୍ତ୍ରୀୟ ନୃତ୍ୟ ଏବଂ ଓଡ଼ିଶୀ ସଙ୍ଗୀତ କ୍ଷେତ୍ରରେ ୪୦ ବର୍ଷରୁ କମ୍‌ ବୟସର ୪ଜଣ ପ୍ରତିଷ୍ଠିତ କଳାକାରଙ୍କୁ ‘ଗୁରୁ କେଳୁଚରଣ ମହାପାତ୍ର ଯୁବ ପ୍ରତିଭା ସମ୍ମାନ’ ପ୍ରଦାନ କରାଯାଇଛି। ସେମାନେ ହେଲେ ଓଡ଼ିଶୀ ନୃତ୍ୟ ପାଇଁ ଅରୁପା ଗାୟତ୍ରୀ ପଣ୍ଡା ଓ ସିଦ୍ଧି ୱାଇକର, କଥକ ନୃତ୍ୟ ପାଇଁ ବିଶାଲ କ୍ରିଷ୍ଣା ଏବଂ ଓଡ଼ିଶୀ ସଙ୍ଗୀତ (ମର୍ଦ୍ଦଳ ବାଦନ) ପାଇଁ ଅରୂପ ଦାସ। ପ୍ରତ୍ୟେକଙ୍କୁ ୨୫ହଜାର ଟଙ୍କାର ଅର୍ଥରାଶି ସହ ଉତ୍ତରୀୟ ଓ ସ୍ମୃତିଫଳକ ପ୍ରଦାନ କରାଯାଇଛି। ଅତିଥି ଭାବେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ସଭାପତି ପ୍ରଫେସର ରଞ୍ଜିତା କୁଲ୍‌୍‌କର୍ନୀ, ଅନନ୍ତ ମହାପାତ୍ର ଓ ସୃଜନର ନିର୍ଦ୍ଦେଶକ ଗୁରୁ ରତିକାନ୍ତ ମହାପାତ୍ର ଉପସ୍ଥିତ ଥିଲେ।
ପରେ ଅରୂପ ଦାସଙ୍କ ଓଡ଼ିଶୀ ମର୍ଦ୍ଦଳ ବାଦନରୁ ଅନ୍ତିମ ସାଂସ୍କୃତିକ ସା ଆରମ୍ଭ ହୋଇଥିଲା। ଏହାପରେ ସିଦ୍ଧ ୱାଇକରଙ୍କ ଦ୍ୱାରା ନବଗ୍ରହ ଉପରେ ଆଧାରିତ ଓଡ଼ିଶୀ ନୃତ୍ୟ ପରିବେଷିତ ହୋଇଥିଲା। ପରବର୍ତ୍ତୀ ପ୍ରସ୍ତୁତି ଥିଲା କଥକ ନୃତ୍ୟ। ଏହାକୁ ପରିବେଷଣ କରିଥିଲେ ବିଶିଷ୍ଟ କଥକ ନୃତ୍ୟଶିଳ୍ପୀ ବିଶାଲ କ୍ରିଷ୍ଣା। ଅରୁପା ଗାୟତ୍ରୀ ପଣ୍ଡାଙ୍କ ଓଡ଼ିଶୀ ନୃତ୍ୟ ଉଦ୍‌ଯାପନୀ ସନ୍ଧ୍ୟାର ଶେଷ ପରିବେଷଣ ଥିଲା। ଏହାର ନୃତ୍ୟ ସଂରଚନା ଗୁରୁ ଅରୁଣା ମହାନ୍ତି ଓ ସଙ୍ଗୀତ ସଂଯୋଜନା ଡ. ସୁବାସ ପାଣି ଓ ଗୁରୁ ବିଜୟ ବାରିକ କରିଥିଲେ। ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ଏହି କାର୍ଯ୍ୟକ୍ରମର ମିଡିଆ ପାର୍ଟନର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri