ଆଜି ଅନନ୍ତ-ରାଧିକାଙ୍କ ରିସେପ୍ସନ, ଯୋଗ ଦେବେ ବଲିଉଡ୍‌ର ନାମୀଦାମୀ କଳାକାର, ତାଲିକାରେ ଅଛନ୍ତି…

ମୁମ୍ବାଇ,୧୪ା୭: ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ବୋହୂ ରାଧିକା ମର୍ଚାଣ୍ଟଙ୍କ ବିବାହର ରବିବାର ହେଉଛି ତୃତୀୟ ଦିନ। ଏନେଇ ଅମ୍ବାନୀ ପରିବାର ଆଜି ଏକ ବିଶାଳ ରିସେପ୍ସନର ଆୟୋଜନ କରିଛନ୍ତି। ଜୁଲାଇ ୧୨ରେ ପ୍ରାୟ ୨୦୦୦ ଭିଭିଆଇପି ଅତିଥିଙ୍କ ଉପସ୍ଥିତିରେ ଅନନ୍ତ ଏବଂ ରାଧିକା ସାତଫେରା ନେଇଥିଲେ। ଏହି ବିବାହ ଉତ୍ସବରେ ମୁକେଶ ଅମ୍ବାନୀ, ନୀତା ଅମ୍ବାନୀ, ଆକାଶ ଅମ୍ବାନୀ, ଇଶା ଅମ୍ବାନୀ ଏବଂ ଅନ୍ୟ ଅମ୍ବାନୀ ଭାଇ ତଥା ମୁମ୍ବାଇର ମର୍ଚାଣ୍ଟ ପରିବାରର ସଦସ୍ୟମାନେ ଯୋଗ ଦେଇଥିଲେ।

ଆଜିର ଏହି ଗ୍ରାଣ୍ଡ ପାର୍ଟିରେ ବଡ଼ ବଡ଼ ସେଲିବ୍ରିଟି ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ରବିବାର ସନ୍ଧ୍ୟାରେ ବିକେସିର ଜିଓ ଓ୍ବାଲର୍‌ଡ କନ୍‌ଭେନ୍‌ସନ୍‌ ସେଣ୍ଟରରେ ରିସେପ୍ସନ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ବହୁ ବଲିଉଡ୍‌ କଳାକାର ଯୋଗଦେବାର ସମ୍ଭାବନା ଥିବାବେଳେ କିଛି ରାଜନୈତିକ ନେତା ମଧ୍ୟ ଯୋଗଦେବେ ବୋଲି ଆଶା କରାଯାଉଛି।

ଏହି ବିବାହରେ ବହୁ ବଲିଉଡ ଏବଂ ହଲିଉଡ୍‌ ଷ୍ଟାର୍‌ ମଧ୍ୟ ଯୋଗ ଦେଇଥିଲେ। ଜନ ସିନା, କିମ୍‌ କାର୍‌ଦାସିୟାନ ଏବଂ ଖ୍ଲୋଏ କାର୍‌ଦାସିୟାନଙ୍କ ପରି ଷ୍ଟାର୍‌ମାନେ ବିବାହ ସମାରୋହରେ ଯୋଗ ଦେଇଥିଲେ। ସେହିପରି ଅଭିନେତା ଶାହାରୁଖ ଖାନ, ସଲମାନ ଖାନ, ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା, ସ୍ବାମୀ ନିକ୍‌ ଜୋନାସ, ରଣବୀର ସିଂ, ଦୀପିକା ପାଦୁକୋନ, ରଣବୀର କପୁର, ଆଲିଆ ଭଟ୍ଟ, କ୍ୟାଟ୍ରିନା କୈଫ୍‌, ବିକି କୌଶଲ, ଜୟା ବଚ୍ଚନ, ଅମିତାଭ ବଚ୍ଚନ, ଐଶ୍ୱର୍ଯ୍ୟା ରାୟ, ରେଖା ପ୍ରମୁଖ ଉପସ୍ଥିତ ଥିଲେ।  ଆଜି ମଧ୍ୟ ଏହି କଳାକାରମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ଐଶ୍ୱର୍ଯ୍ୟା ରାୟ ଆଜିର ଏହି ପାର୍ଟିରେ ମୁଖ୍ୟ ଆକର୍ଷଣ ପାଲଟିବେ ବୋଲି କୁହାଯାଉଛି। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର, ଉଦ୍ଧବ ଠାକ୍‌ରେ, ମମତା ବାନାର୍ଜୀ ଏବଂ ଅଖିଳେଶ ଯାଦବ ବିବାହ ସମାରୋହରେ ସାମିଲ ଥିଲେ।

ଶନିବାର ‘ଶୁଭ ଆଶୀର୍ବାଦ’ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ, ଯିଏ କେବଳ ଏହି ଦମ୍ପତିଙ୍କୁ ଆଶୀର୍ବାଦ ଦେଇନାହାନ୍ତି ବରଂ ସେମାନଙ୍କୁ ଏକ ବିଶେଷ ଉପହାର ମଧ୍ୟ ଦେଇଥିଲେ। ଏହି ସମାରୋହରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ ଏବଂ ଭେଟେରାନ୍‌ ନେତା ତଥା ଏନ୍‌ସିପି ସୁପ୍ରିମୋ ଶରଦ ପାଓ୍ବାରଙ୍କ ସମେତ ଅନେକ ରାଜନୈତିକ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri