Posted inଜାତୀୟ

ଜି-୨୦କୁ ଦେଖି ବିଚଳିତ ପାକିସ୍ତାନ ଆର୍ମି, ଅନନ୍ତନାଗ ଆକ୍ରମଣରେ ପାକିସ୍ତାନର ହାତ

ନୂଆଦିଲ୍ଲୀ,୧୪।୯: କାଶ୍ମୀରର ଅନନ୍ତନାଗ ଏବଂ ରାଜୌରୀରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଏବଂ ଆକ୍ରମଣରେ ପାକିସ୍ତାନର ସମ୍ପୃକ୍ତି ସ୍ପଷ୍ଟ ହୋଇଛି। ପ୍ରତିରକ୍ଷା ଇଣ୍ଟେଲିଜେନ୍ସ ଏଜେନ୍ସି ସୂତ୍ରରୁ ପ୍ରକାଶ ଯେ ଗତ ୫ଦିନର କ୍ରସ ବର୍ଡର କଲ ଇଣ୍ଟରସେପ୍ଟରୁ ଜଣାପଡିଛି ଯେ ପାକିସ୍ତାନ ଆତଙ୍କବାଦୀମାନେ ଏକାସାଙ୍ଗରେ ଏକାଧିକ ଆକ୍ରମଣ ଯୋଜନା କରୁଛନ୍ତି।
ଭାରତର ଅଧ୍ୟକ୍ଷତାରେ ଜି -୨୦ର ସଫଳତା ଯୋଗୁଁ ପାକିସ୍ତାନରେ ଆତଙ୍କ ଖେଳିଯାଇଛି ବୋଲି ବିଶେଷ ସୂତ୍ରରୁ ପ୍ରକାଶ। ଏହି ଆତଙ୍କବାଦୀ ଆକ୍ରମଣକୁ ପାକିସ୍ତାନ ଯୋଜନା କରିଥିଲା। ଜି-୨୦ ପରଠାରୁ ପାକିସ୍ତାନୀ ସେନା ଏକ ବଡ଼ ଆକ୍ରମଣ ଯୋଜନା କରୁଥିବା ସୂତ୍ରରୁ ପ୍ରକାଶ।
ଦୁଇ ଦିନ ମଧ୍ୟରେ କାଶ୍ମୀରରେ ଦୁଇଟି ବଡ଼ ଆକ୍ରମଣ ହୋଇଛି। ବୁଧବାର କଶ୍ମୀରର ଅନନ୍ତନାଗ ଜିଲାର କୋକରନାଗରେ ସୁରକ୍ଷା ବାହିନୀ ଏବଂ ଲଶ୍କର-ଏ-ତୋଏବା (ଏଲଇଟି) ଆତଙ୍କବାଦୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଆର୍ମି କର୍ଣ୍ଣେଲ ମନପ୍ରୀତ ସିଂ, ମେଜର ଆଶିଷ ଧାନୌତ ଏବଂ ଜମ୍ମୁ-କଶ୍ମୀର ପୋଲିସ ଡିଏସପି ହୁମାୟୁନ ଭଟ୍ଟ ଶହୀଦ ହୋଇଥିବାବେଳେ ଏହି ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ମଧ୍ୟ ନିହତ ହୋଇଛନ୍ତି। ସେହିଭଳି ରାଜୌରୀରେ ମଧ୍ୟ ଦୁଇ ଜଣ ଏଲଇଟି ଆତଙ୍କବାଦୀ ନିହତ ହୋଇଛନ୍ତି। ପ୍ରତିରକ୍ଷା ସୂତ୍ରରୁ ପ୍ରକାଶ ଯେ ଆତଙ୍କବାଦୀମାନେ ପାକିସ୍ତାନ ଦ୍ୱାରା ସୀମା ଆକ୍ରମଣ ପାଇଁ ପଠାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?