Posted inଖେଳ

ଏସିଆନ ବାସ୍କେଟବଲରେ ଅନନ୍ୟାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର, ୧୦।୯ (କ୍ରୀଡ଼ା ପ୍ରତିନିଧି): ବାସ୍କେଟବଲ ଫେଡେରେଶନ ଅଫ ଇଣ୍ଡିଆ (ଏଫ୍‌ଆଇବିଏ) ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ୧୮ ବର୍ଷରୁ କମ୍‌ ଏସିଆନ ମହିଳା ବାସ୍କେଟବଲ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାର ଅନନ୍ୟା ପଟ୍ଟନାୟକ ପରିସଂଖ୍ୟାନବିତ୍‌ଭାବେ ଦାୟିତ୍ୱ ତୁଲାଇବାର ସୌଭାଗ୍ୟ ପାଇଛନ୍ତି। ପ୍ରଥମ ଓଡ଼ିଆ ଭାବେ ସେ ଏହି ଦାୟିତ୍ୱ ପାଇଛନ୍ତି। ଭୁବନେଶ୍ୱରର ଅନନ୍ୟାଙ୍କ ମା’ ଭାଷା ପଟ୍ଟନାୟକ ଏବଂ ବାପା ଦିଗନ୍ତ କେଶରୀ ପଟ୍ଟନାୟକ। ସ୍କୁଲ କ୍ୟାରିୟରରେ ୧୦୦, ୨୦୦ ମିଟର ରେସ୍‌, ଓ ଲଙ୍ଗଜମ୍ପ ରେ ଭାଗ ନେଇଥିବା ଅନନ୍ୟା କବାଡି ଦଳର ଅଧିନାୟିକା ଥିଲେ। କଲେଜ କ୍ୟାରିୟରରେ ମଧ୍ୟ ସେ ବିଭିନ୍ନ ଆଥଲେଟିକ୍‌ ଓ ବାସ୍କେଟବଲ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଛନ୍ତି। ଗତ ୩ ଓ ୪ ତାରିଖରେ ଅନୁଷ୍ଠିତ ବାସ୍କେଟବଲ ପରିସଂଖ୍ୟାନବିତ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଏଫ୍‌ଆଇବିଏ ଲାଇସେନ୍ସ ହାସଲ କରିଥିଲେ ଏବଂ ୧୮ ବର୍ଷରୁ କମ୍‌ ଏସିଆନ ମହିଳା ବାସ୍କେଟବଲ ଚାମ୍ପିୟନଶିପ୍‌ରେ ଦାୟିତ୍ୱ ତୁଲାଇବା ପାଇଁ ମନୋନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?