ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲ୍ଳକ ଅନ୍ତର୍ଗତ ମୌଳାଭଞ୍ଜା ପଞ୍ଚାୟତର ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ୧୫ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି। ସରପଞ୍ଚ ନିର୍ବାଚିତ ହେବା ପରଠାରୁ ପଞ୍ଚାୟତ କାର୍ଯ୍ୟାଳୟକୁ ନ ଆସିବା, ବିଭିନ୍ନ ଦୁର୍ନୀତି ମାମଲାରେ ଜଡିତ ରହିବା, ମନୋମୁଖୀ ଭାବେ ବିଭିନ୍ନ ନିଷ୍ପତ୍ତି ନେବା, ପଞ୍ଚାୟତର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ଆସୁଥିବା ବିଭିନ୍ନ ଯୋଜନାକୁ କାର୍ଯ୍ୟକାରୀ ନ କରିବା, ୱାର୍ଡ ସଭ୍ୟାସଭ୍ୟ ଓ ନାଏବ ସରପଞ୍ଚଙ୍କୁ ଅଣଦେଖା କରିବା ସହ କୌଣସି ସରକାରୀ କାର୍ଯ୍ୟକ୍ରମରେ ସେମାନଙ୍କୁ ସାମିଲ କରା ନ ଯିବା, ପଞ୍ଚାୟତରେ ପଲ୍ଲୀସଭା ଗ୍ରାମସଭା ଆୟୋଜନ ନ କରିବା ନେଇ ୧୮ ୱାର୍ଡ ସଭ୍ୟାସଭ୍ୟଙ୍କ ମଧ୍ୟରୁ ୧୫ ଜଣ ସରପଞ୍ଚଙ୍କ ଏପରି ମନୋମୁଖୀ କାର୍ଯ୍ୟ ବିରୋଧରେ ଏକ ବୈଠକରେ ଏକାଠି ହୋଇଥିଲେ। ନାଏବ ସରପଞ୍ଚ ବିଟୁ ଗୌଡଙ୍କ ସଭାପତିତ୍ୱରେ ନୂଅର ମୌଳାଭଞ୍ଜାସ୍ଥିତ କୋଠଘର ଗୃହରେ ଅନୁଷ୍ଠିତ ବୈଠକରେ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରି ସର୍ବସମ୍ମତକ୍ରମେ ନିଷ୍ପତ୍ତି ନେଇଥିଲେ। ସେହି ଅନୁସାରେ ୧୫ ୱାର୍ଡ ସଭ୍ୟାସଭ୍ୟ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳ ଧୀନା ଦସ୍ତାଗିରଙ୍କୁ ଭେଟି ଆଲୋଚନା କରି ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଗୃହୀତ ନିଷ୍ପତ୍ତିର ନକଲ ଓ ଦସ୍ତଖତ ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ। ସରପଞ୍ଚ ତାଙ୍କ ସ୍ବାମୀ ପିଣ୍ଟୁ ସେଠୀଙ୍କ ସହାୟତାରେ ପଞ୍ଚାୟତର ସମସ୍ତ କାର୍ଯ୍ୟ ତୁଲାଉଥିବା ନେଇ ସେମାନେ ଅଭିଯୋଗ କରିଥିଲେ। ବିଭିନ୍ନ ଗ୍ରାମର ସାହି ଆଲୁଅ ବ୍ୟବସ୍ଥା ସମ୍ପର୍କିତ ଖର୍ଚ୍ଚ, ଦୀର୍ଘ ଦିନରୁ ଭତ୍ତା ପାଉ ନ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ଅଣଦେଖା କରି ନିଜ ଶାଶୁ ଶ୍ୱଶୁର ଏବଂ ସମ୍ପର୍କୀୟମାନଙ୍କୁ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରିବା, ହରିଶ୍ଚନ୍ଦ୍ର ଯୋଜନାରେ ହିତାଧିକାରୀଙ୍କ ସହାୟତା ରାଶିକୁ ଚେକ୍‌ ମାଧ୍ୟମରେ ସରପଞ୍ଚଙ୍କ ସ୍ବାମୀ ପିଣ୍ଟୁ ବ୍ୟାଙ୍କରୁ ଟଙ୍କା ଉଠାଣ କରିବା ୱାର୍ଡ ସଭ୍ୟାସଭ୍ୟମାନେ ଉପଜିଲାପାଳଙ୍କୁ ଅବଗତ କରାଇଥିଲେ। ଏପରିକି ପଞ୍ଚାୟତ କାର୍ଯ୍ୟାଳୟରେ ଥିବା ଜେରକ୍ସ ମେଶିନକୁ ନିଜ ଘରେ ରଖି ତାହା ପରବର୍ତ୍ତୀ ସମୟରେ ପଞ୍ଚାୟତକୁ ଫେରାଉ ନାହାନ୍ତି ବୋଲି ସେମାନେ ଅନ୍ୟାନ୍ୟ ଅଭିଯୋଗ ସହ ସେଥିରେ ଉଲ୍ଲେଖ କରିଛନ୍ତି। ଅପରପକ୍ଷରେ ସରପଞ୍ଚଙ୍କୁ ଏନେଇ ପଚାରିବାରୁ ତାଙ୍କ ନାଁରେ ଅଣାଯାଇଥିବା ସମସ୍ତ ଅଭିଯୋଗ ଭିତ୍ତିହୀନ ଓ କପୋଳକଳ୍ପିତ ବୋଲି କହିଛନ୍ତି। କିଛି ୱାର୍ଡ ସଭ୍ୟ ତାଙ୍କୁ କଣ୍ଢେଇ କରି ନ ଚାଇବାକୁ ଉଦ୍ୟମ କରି ବିଫଳ ହେବା ପରେ ସେମାନଙ୍କ ବ୍ୟକ୍ତିଗତ ସ୍ବାର୍ଥ ହାସଲ ପାଇଁ ତାଙ୍କ ବିରୋଧରେ ଷଡଯନ୍ତ୍ର ଚଳାଇଛନ୍ତି ବୋଲି ସରପଞ୍ଚ କହିଛନ୍ତି। ଅନାସ୍ଥା ପ୍ରସ୍ତାବ ନେଇ ତାଙ୍କୁ କୌଣସି ୱାର୍ଡ ସଭ୍ୟାସଭ୍ୟ ପୂର୍ବରୁ ଲିଖିତ ଭାବେ ଜଣାଇ ନ ଥିବା ପ୍ରକାଶ କରିଛନ୍ତି। ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର ମିଶ୍ରଙ୍କୁ ପଚାରିବାରୁ ଏନେଇ ତାଙ୍କୁ କୌଣସି ପକ୍ଷ ଅବଗତ କରି ନ ଥିବା ଅବା ଲିଖିତ ଭାବେ ଅଭିଯୋଗପତ୍ର ଦେଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri