ରୋମାଣ୍ଟିକ ଅନ୍ଦାଜରେ ଅନନ୍ୟା

ମୁମ୍ବାଇ: ବଲିଉଡ ନାୟିକା ଅନନ୍ୟା ପାଣ୍ଡେ ଓ ଅଭିନେତା ଆଦିତ୍ୟ ରୟ କପୁରଙ୍କ ଡେଟିଂ ର୍ୟୁମର୍ସ ବେଶ କିଛିଦିନ ହେବ ଚର୍ଚ୍ଚାରେ ରହିଛି। ଉଭୟଙ୍କୁ ଅନେକ ଥର କିଛି ଇଭେଣ୍ଟରେ ସ୍ପଟ ବି କରାଯାଇଛି। ଯଦିଓ ଦୁହେଁ ନିଜ ରିଲେଶନ ବିଷୟରେ ଏବେ ପର୍ଯ୍ୟନ୍ତ କିଛି କହି ନାହାଁନ୍ତି। ଏସବୁ ମଧ୍ୟରେ ଶୁକ୍ରବାର ରାତିରେ ପୁଣି ଥରେ ଏହି ର୍ୟୁମର୍ଡ କପଲ ମୁମ୍ବାଇରେ ଡିନର ଡେଟରେ ନଜର ଆସିଥିଲେ। ଏହି ଲଭବାର୍ଡଙ୍କର ହାତ ଧରିଥିବାର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯାହା ସ୍ପଷ୍ଟ ଭାବରେ କୁହାଯାଇପାରେ ଯେ ଉଭୟଙ୍କ ମଧ୍ୟରେ ନିଶ୍ଚିତ ଭାବରେ କିଛି ଚାଲିଛି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଅନନ୍ୟା ଏବଂ ଆଦିତ୍ୟ ମୁମ୍ବାଇର ଏକ ରେଷ୍ଟୁରାଣ୍ଟରେ ସେମାନଙ୍କର କିଛି ସାଙ୍ଗଙ୍କ ସହ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳିଛି। କୌତୁହଳର ବିଷୟ, ଭାଇରାଲ କ୍ଲିପରେ ଷ୍ଟୁଡେଣ୍ଟ ଅଫ ଦି ଇୟର ୨ ତାରକା ଆଦିତ୍ୟଙ୍କ ହାତ ଧରି କାହା ସହିତ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା। କେବଳ ଏତିକି ନୁହେଁ ଅଭିନେତ୍ରୀ ଆଦିତ୍ୟଙ୍କ କାନ୍ଧରେ ମଧ୍ୟ ମୁଣ୍ଡ ରଖିଥିଲେ। ଏହି ଭିଡିଓ ବର୍ତ୍ତମାନ ନିଶ୍ଚିତ କରିଛି ଯେ ଉଭୟ ଷ୍ଟାର ନିଶ୍ଚିତ ଭାବରେ ଡେଟିଂ କରୁଛନ୍ତି।
ସୂଚନାଯୋଗ୍ୟ, ଗତ ବର୍ଷ ଅନନ୍ୟା କଫଇ ଓ୍ବିଥ କରନ ୭ ସିଜନରେ ଆସିବା ଦିନଠାରୁ ଆଦିତ୍ୟଙ୍କ ସହ ତାଙ୍କର ଡେଟିଂ ଗୁଜବ ବ୍ୟାପିବା ଆରମ୍ଭ କଲା। ଏହି ସମୟରେ ସେମାନଙ୍କ ରିଲେସନଶିପ ବିଷୟରେ କରନ ଜୋହର ସାମାନ୍ୟ oହିଣ୍ଟ ଦେଇଥିଲେ। ଏହା ପୂର୍ବରୁ ଅନନ୍ୟା ଏବଂ ଆଦିତ୍ୟ ମଧ୍ୟ ୟୁରୋପରେ ଏକ ରୋମାଣ୍ଟିକ ଭ୍ୟାକେଶନ ଉପଭୋଗ କରିଥିଲେ। ଏହାପୂର୍ବରୁ ଅନନ୍ୟା ଏବଂ ଆଦିତ୍ୟ ଏକାଠି ମାଡ୍ରିଡରେ ଆର୍କଟିକ ମଙ୍କିଜ୍‌ କନସର୍ଟରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri