ଝିଅ ହେଲା ବୋଲି ମାଗଣାରେ ଗୁପଚୁପ ବାଣ୍ଟିଲେ ପିତା

ଭୋପାଳ,୧୪ ।୯: ବର୍ତ୍ତମାନ ସମୟରେ ସରକାର କହୁଛନ୍ତି କନ୍ୟା ଭ୍ରୁଣ ହତ୍ୟା କରନ୍ତୁ ନାହିଁ । ଏମାନେ ଦେଶର ଭବିଷ୍ୟତ । ଏହାପରେ ବି ଅନେକ ଲୋକ ଝିଅଟିଏ ଜନ୍ମ ହେଲେ ମନ ଖରାପ କରୁଛନ୍ତି । ଆଉ କେହି କେହି ଝିଅକୁ ଅଲୋଡା ବୋଲି ବି ଭାବୁଛନ୍ତି । କିନ୍ତୁ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ । ଏବେ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଲୋକେ ମାଗଣାରେ ଗୁପଚୁପ ଖାଇବାକୁ ଭିଡ ଲଗାଇଥିବା ଦେଖାଯାଉଛି । ଘଟଣାଟି ହେଲା ମଧ୍ୟପ୍ରଦେଶ ଭୋପାଳର କୋଲାର ସ୍ଥିତ ବୀମା କୁଞ୍ଜରେ ଲମ୍ବା ଲାଇନରେ ଲୋକେ ଗୁପଚୁପ ଷ୍ଟଲ ପାଖରେ ଭିଡ ଲଗାଇଛନ୍ତି । ତେବେ ମିଳିଥିବା ସୂଚନା ଅନୁଯାୟୀ, ସେଠାକାର ଆଞ୍ଚଲ ଗୁପ୍ତା ନାମକ ଜଣେ ବ୍ୟକ୍ତିଙ୍କ ଘରକୁ କନ୍ୟା ସନ୍ତାନଟିଏ ଆସିବାରୁ ସେ ଖୁସିରେ ଲୋକଙ୍କୁ ମାଗଣାରେ ଗୁପଚପ ଖାଇବାକୁ ଦେଉଛନ୍ତି । ଏମିତିକି ସେହି ବାଟ ଦେଇ ଯାଉଥିବା ବ୍ୟକ୍ତିଙ୍କୁ ମଧ୍ୟ ଗୁପଚୁପ ଖାଇ ଦେଇ ଯିବାକୁ ସେ ଅନୁରୋଧ କରୁଛନ୍ତି । ଯାହାର ଯେତେ ଇଚ୍ଛା ପେଟଭଳି ଗୁପଚୁପ ଖାଇବାକୁ ଆଞ୍ଚଲ ଅନୁରୋଧ କରୁଛନ୍ତି । କାରଣ ତାଙ୍କର କନ୍ୟା ସନ୍ତାନଟିଏ ହୋଇଛି । ଏହା ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri