ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା: ୫ଟି ପର୍ଯ୍ୟାୟରେ ହେବ ମତଦାନ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସବୁ କଳ୍ପନାଜଳ୍ପନାରେ ଶେଷରେ ଅନ୍ତ ଅନ୍ତ ଘଟିଛି। ଆଶା, ଆଶଙ୍କାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି । ଖବରଦାତା ସମ୍ମିଳନୀ କରି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ।
ସୂଚନାଅନୁସାରେ, ଆସନ୍ତା ଫେବୃୟାରୀ ୧୬ରୁ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବ । ପରେ ଫେବୃୟାରୀ ୧୮ରେ ୨ୟ ପର୍ଯ୍ୟାୟ , ଫେବୃୟାରୀ ୨୦ରେ ୩ୟ ପର୍ଯ୍ୟାୟ, ଫେବୃୟାରୀ ୨୨ରେ ୪ର୍ଥ ପର୍ଯ୍ୟାୟ, ଫେବୃୟାରୀ ୨୪ରେ ୫ମ ପର୍ଯ୍ୟାୟ ରେ ହେବ ମତଦାନ । ଚଳିତ ବର୍ଷ ରାଜ୍ୟରେ ମୋଟ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ । ଏହା ସହ ଆଜିଠୁ ଆଚରଣ ବିଧି ଲାଗୁ ହୋଇଛି । କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଗାଇଡ଼ଲାଇନ ପ୍ରସ୍ତୁତ କରାଯାଇଛି।

ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇ ୧ ଟା ପର୍ଯ୍ୟନ୍ତ ଚାଲିବ। ୨୬, ୨୭ ଓ ୨୮ ତାରିଖରେ ଭୋଟ ଗଣତି ହେବ। ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଫେବୃଆରୀ ୨୮ ପର୍ଯ୍ୟନ୍ତ ରହିବ।
ସେହିପରି କରୋନା ଗାଇଡଲାଇନ୍‌ ପାଇଁ ରାଲି, ସମାବେଶ ଆଦି ହୋଇପାରିବ ନାହିଁ। କେବଳ ଘରକୁ ଘର ବୁଲି ପ୍ରାର୍ଥୀମାନେ କ୍ୟାମ୍ପେନିଂ କରିପାରିବେ । ଏହାସହ କୌଣସି ସ୍ଥାନରେ ଶୋଭାଯାତ୍ରା ମଧ୍ୟ ହେବ ନାହିଁ । ବିଜୟୀ ହେଲା ପରେ ଦଳମାନେ ସମାବେଶ ବା ବିଜୟୀ ଶୋଭାଯାତ୍ରା କରିପାରିବେ ନାହିଁ । କେବଳ ଆରଟିପିସିଆର କିମ୍ବା ଆଣ୍ଟିଜେନ ଟେଷ୍ଟ ନେଗେଟିଭ ରିପୋର୍ଟ ଥିବା ବ୍ୟକ୍ତିଙ୍କୁ ପୋଲିଂ ବୁଥ ମଧ୍ୟକୁ ପ୍ରବେଶ ଅନୁମତି ମିଳିବ । ଏହାସହ ଡବଲ ଡୋଜ ଟିକା ନେଇଥିବା ମଧ୍ୟ ଜରୁରୀ । କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ଗାଇଡଲାଇନ ପ୍ରସ୍ତୁତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?