କାନ୍ତ କବିଙ୍କୁ କଣ୍ଠ କବି ପଢ଼ିଥିବା ମଞ୍ଚ ପରିଚାଳିକାଙ୍କୁ ୩ ଦିନରେ ମିଳିଥିଲା ଏତିକି ଟଙ୍କା

ଭୁବନେଶ୍ୱର,୬।୯: ଚଳିତ ବର୍ଷ ଫେବୃଆରୀ ମାସରେ ରାଜ୍ୟ ସରକାର ଓଡ଼ିଆ ଭାଷାର ପ୍ରଚାର ପ୍ରସାର ନିମନ୍ତେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରିଥିଲେ। ଏହି କାର୍ଯ୍ୟକ୍ରମର ଆରମ୍ଭରେ ମଞ୍ଚ ପରିଚାଳନା କରୁଥିବା ପରିଚାଳିକା ସଂହିତା ପାଣି କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ କଣ୍ଠ କବି ପଢିବାରୁ ବିବାଦ ଆରମ୍ଭ ହୋଇଥିଲା। ତେବେ ଏହି ପରିଚାଳିକାଙ୍କୁ କାର୍ଯ୍ୟକ୍ରମ ପରିଚାଳନା କରିବା ପାଇଁ ସରକାର ସର୍ବାଧିକ ଟଙ୍କା ଦେଇଥିବା ଜଣା ପଡିଛି।

ଫେବୃଆରୀ ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ତିନିଦିନରେ ଶୁଭମ କୁମାର ବେହେରା, ସଂହିତା ପାଣି ଏବଂ ଶ୍ରୀନିବାସ ଘଟୁଆରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ତେବେ ତିନି ଜଣଙ୍କୁ ପ୍ରଦାନ କରାଯାଇଥିବା ପାଉନ ତାରତମ୍ୟ ରହିଥିବା ଦେଖାଯାଇଛି। ଶୁଭମଙ୍କୁ ୨୫ ହଜାର ଟଙ୍କା, ଶ୍ରୀନିବାସ ଘଟୁଆରୀଙ୍କୁ ୨୦ ହଜାର ଟଙ୍କା ପାରିଶ୍ରମିକ ମିଳିଥିବା ବେଳେ ସଂହିତା ପାଣିଙ୍କୁ ସରକାର ୯୫ ହଜାର ଟଙ୍କା ପାରିଶ୍ରମିକ ଦେଇଥିଲେ।

ଶୁକ୍ରବାର ବିଧାୟକ ଲକ୍ଷ୍ମଣ ବାଗ ପ୍ରାଶ୍ନ କରିଥିଲେ କି ସରକାର ଏହି କାର୍ଯ୍ୟକ୍ରମରେ କେଉଁଠି ପାଇଁ କେତେ ଟଙ୍କା ଖର୍ଚ୍ଚ କରିଛନ୍ତି।

ଏହାର ଉତ୍ତରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ବଂଶୀ ସୂରଜ କହିଥିଲେ ”ବିଶ୍ବ ଓଡିଆ ଭାଷା ଭାଷା ସମ୍ମିଳନୀର ଆୟୋଜନ ନିମନ୍ତେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ବ୍ୟତୀତ ଅନ୍ୟ ବହୁ ବିଭାଗ ଏବଂ ବହୁ ସ୍ବୟଂ ଶାସିତ ସଂସ୍ଥା ବିଭିନ୍ନ କାର୍ଯ କାର୍ଯ୍ୟକ୍ରମ ଆୟୋଜିତ କରିଥିଲେ । ମିଳିଥିବା ତଥ୍ୟ ଅନୁଯାୟୀ ବିଭିନ୍ନ ସଂସ୍ଥା ଭିନ୍ନ ଭିନ୍ନ ଦିବସରେ ନୃତ ନୃତ୍ୟ, ସଙ୍ଗୀତ କା କାର୍ଯ୍ୟକ୍ରମ ଓ ମଞ୍ଚ ପରିଚାଳନା (ଆଙ୍କରିଙ୍ଗ) ପାଇଁ ବିଭିନ୍ନ ନୃତ୍ୟ, ସଙ୍ଗୀତ ଦଳ ଓ ମଞ୍ଚ ପରିଚାଳକ (ଆଙ୍କର)ଙ୍କୁ ନି ନିୟୋଜିତ କରିଥିଲେ।”

ତେବେ ଏହି ସମ୍ମିଳନୀରେ କେବଳ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ମୋଟ ୩୦ ଲକ୍ଷ ୬୦ ହଜାର ୧୬୦ ଟଙ୍କା ବ୍ୟୟ କରାଯାଇଥିଲା।

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀରେ କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ କଣ୍ଠ କବି କହି ବିବାଦ ଘେରରେ ଫସିଥିଲେ ଉପସ୍ଥାପିକା ସଂହତି ପାଣି । ଏହାପରେ ଭିଡିଓ ଜାରି କରି ପ୍ରତିକ୍ରିୟା ରଖିଥିଲେ ଉପସ୍ଥାପିକା ସଂହତି । ଏହା ଭୁଲରେ ପାଟିରୁ ଖସିଯାଇଥିଲା । ଉଦ୍ଦେଶ୍ୟମୂଳକ ନଥିଲା । ଆଉ ଏ ଭୁଲକୁ ମୁଁ ସ୍ବୀକାର କରୁଛି ।

ତେବେ ଓଡିଶା ସରକାରଙ୍କ ଦ୍ବାରା ଆୟୋଜିତ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦଘାଟନୀ ସମ୍ମିଳନୀର ଉପସ୍ଥାପିକା ଥିଲେ ସଂହତି ପାଣି। ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ପ୍ରାରମ୍ଭରେ କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ କଣ୍ଠ କବି କହି ବିବାଦ ଘେରରେ ଫସିଥିଲେ ସଂହତି । ସାମାଜିକ ଗଣମାଧ୍ୟମରେ ଏହାର ଭିଡ଼ିଓ ବହୁଳ ମାତ୍ରରେ ପ୍ରସାରିତ ହୋଇଥିଲା । ଯାହାକୁ ନେଇ ଭାଷାବିତ ଘୋର ବିରୋଧ କରିଥିଲେ । ଉପସ୍ଥାପିକାଙ୍କ ସହ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ମଧ୍ୟ ସମାଲୋଚିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?