ପୁଣି ୧୫୦ କଇଁଛ ଜବତ

ମାଲକାନଗିରି/ଏମ୍‌ଭି-୭୯, ୨୬ା୮(ସ୍ବ.ପ୍ର./ଡି.ଏନ.ଏ.): କାଲିମେଳା ବନ ବିଭାଗ ପକ୍ଷରୁ ଗତ ଦୁଇ ଦିନ ତଳେ ୩୫୦ କଇଁଛ ଚୋରାଚାଲାଣ ବେଳେ ଜବତ କରାଯାଇଥିବା ବେଳେ ଗୁରୁବାର ଏମଭି-୭୯ ବନ ବିଭାଗ ପକ୍ଷରୁ ଚୋରାଚାଲାଣ ବେଳେ ୧୫୦ଟି ଜିଅନ୍ତା କଇଁଛ ଜବତ କରାଯାଇଛି। କଇଁଛ ଚୋରାଚାଲାଣ ହେଉଥିବା ଖବର ପାଇ ଏମଭି-୭୯ ବନଅଧିକାରୀ ରଶ୍ମିରଞ୍ଜନ ସ୍ବାଇଁଙ୍କ ସହ ଏକ ସାତଜଣିଆ ଟିମ ଏମଭି-୧୧୪ ଗ୍ରାମରେ ବୁଧବାର ରାତିରେ ଚଢ଼ାଉ କରିଥିଲେ । ନିଛାଟିଆ ସ୍ଥାନରେ ଗ୍ରାମ ନିକଟରେ ଏକ ପିକଅପ ଭ୍ୟାନ ଥିବା ଦେଖି କର୍ମଚାରୀମାନେ ଏହାକୁ ତାଲାସି କରିଥିଲେ। ପରେ ଭ୍ୟାନରେ କଇଁଛ ଥିବା ଜଣାପଡିଥିଲା। ସେହି ଜାଗାରେ କୌଣସି ଲୋକ କିମ୍ବା ବ୍ୟବସାୟୀ ନ ମିଳିବାରୁ ଭ୍ୟାନକୁ ଟ୍ରାକ୍ଟର ସାହାଯ୍ୟରେ ଟାଣି ଏମଭି-୭୯ ରେଞ୍ଜ ଅଫିସକୁ ଆଣିଥିଲେ। ଗାଡ଼ିରେ ଥିବା ୧୫୦ଟି କଇଁଛର ମୂଲ୍ୟ ୧ ଲକ୍ଷ ଟଙ୍କା ହେବ ବୋଲି ବନ ଅଧିକାରୀ ସ୍ବାଇଁ କହିଛନ୍ତି। ଚଢ଼ାଉରେ କାଲିମେଳା ବନାଧିକାରୀ ସୁଶାନ୍ତ ଦଳେଇ, ପୋଟେରୁ ସେକ୍ସନର ଶିବାନନ୍ଦ ଲେଙ୍କା, ମୁଦୁଲିଧର ଅନୁଗୁଳିଆଙ୍କ କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?