ଆଉ ୧୬ ନମୁନାରେ ହଇଜା

ଯାଜପୁର,୧୯ା୬,(ହର୍ଷବର୍ଦ୍ଧନ ବେହେରା):  ଯାଜପୁର ଜିଲାରେ ହଇଜା(କଲେରା) ବ୍ୟାପିବାରେ ଲାଗିଛି। ବୁଧବାର ଆଉ ୧୬ ନମୁନାରେ ହଇଜା (ଭିବ୍ରିଓ କଲେରା) ଚିହ୍ନଟ ହୋଇଥିବା କେନ୍ଦ୍ରୀୟ ଦଳ ପକ୍ଷରୁ ସୂଚନା ମିଳିଛି। ମୋଟ ୪୯ ନମୁନା ଯାଞ୍ଚ ହୋଇଥିବାବେଳେ ସେଥିରୁ ୩୩% ହଇଜା ସଂକ୍ରମିତ ବୋଲି ସ୍ପଷ୍ଟ ହୋଇଛି। ପୂର୍ବରୁ ୧୧ଜଣ ହଇଜାରେ ଆକ୍ରାନ୍ତ ହୋଇଥିଲେ। ବୁଧବାର ରିପୋର୍ଟକୁ ମିଶାଇ ହଇଜା ପଜିଟିଭ୍‌ ରୋଗୀଙ୍କ ସଂଖ୍ୟା ୨୭ ହୋଇଛି। ଅନ୍ୟପକ୍ଷେ ହଇଜା ଓ ଡାଇରିଆ ବ୍ୟାପିବାର ଧାରାରେ ପରିବର୍ତ୍ତନ ଆସିଛି। ପୂର୍ବରୁ ବୟସ୍କ ଲୋକମାନେ ହଇଜା ଓ ଡାଇରିଆରେ ଆକ୍ରାନ୍ତ ହେଉଥିବା ବେଳେ ଗତ ୨ ଦିନ ହେଲା ଶିଶୁ ଓ କିଶୋରମାନେ ଏଥିରେ ସଂକ୍ରମିତ ହେଉଛନ୍ତି। ବୁଧବାର ବ୍ୟାସନଗର ପୌରାଞ୍ଚଳର ନହକା ଓ୍ବାର୍ଡର ଜଣେ ୧ ବର୍ଷର ଶିଶୁଙ୍କ ମୃତ୍ୟୁ ଘଟିଛି ା ସେ ହେଲେ ସୁଜନିକ ମୁର୍ମୁ ା ଏହାକୁ ମିଶାଇ ଜିଲାରେ ମୃତ୍ୟୁସଂଖ୍ୟା ୨୦ରେ ପହଞ୍ଚିଛି। ନୂଆ ରୋଗୀ ଏବଂ ଡାକ୍ତରଖାନାରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉ ନ ଥିଲେ ହେଁ ମୃତକଙ୍କ ସଂଖ୍ୟା ବଢ଼ିବା ଚିନ୍ତାର କାରଣ ହୋଇଛି। ଏହାକୁ ନିୟନ୍ତ୍ରଣ କରିବାରେ ସ୍ବାସ୍ଥ୍ୟ ବିଭାଗ ଏକପ୍ରକାର ବିଫଳ ହୋଇଛି ବୋଲି ମତପ୍ରକାଶ ପାଇଛି।
ଜିଲାରେ ଦୂଷିତ ଜଳ ଓ ଖାଦ୍ୟ ଦ୍ୱାରା ହଇଜା ବ୍ୟାପୁଥିବା କେନ୍ଦ୍ରୀୟ ଦଳ ପରୋକ୍ଷରେ ସ୍ବୀକାର କରିଛନ୍ତି। ମଙ୍ଗଳବାର ସୁଦ୍ଧା ଜିଲାର ବିଭିନ୍ନ ଡାକ୍ତରଖାନାରେ ୧୭୪ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି। ବୁଧବାର ୧୦୪ ଜଣ ନୂଆ ରୋଗୀ ଭର୍ତ୍ତି ହୋଇଥିବାବେଳେ ସେଥିରୁ ୯ଜଣ ଗୁରୁତରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଏହାବାଦ୍‌ ୧୧୨ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri