Posted inUncategorized

ଆଉ ୪ ଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ

ଭୁବନେଶ୍ୱର,୧୨।୭(ସତ୍ୟଜିତ୍‌ ରାଉତ):  ବାଲେଶ୍ୱର ଜିଲାର ବହୁ ଚର୍ଚ୍ଚିତ ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ସିବିଆଇ ଅଧିକ ଖୋଳତାଡ଼ ଚଳାଇଛି। ତେବେ ଗିରଫ ହୋଇଥିବା ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାନ୍‌ ଏବଂ ଟେକ୍ନିସିଆନ୍‌ ପପୁ କୁମାରଙ୍କ ୫ ଦିନିଆ ରିମାଣ୍ଡ ଅବଧି ମଙ୍ଗଳବାର ସରିଛି। ପରେ ପୁଣି ଥରେ ୩ ଅଭିଯୁକ୍ତଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ୪ ଦିନିଆ ରିମାଣ୍ଡରେ ଆଣିଛି ସିବିଆଇ। ଶୁକ୍ରବାରଠାରୁ ୫ ଦିନିଆ ରିମାଣ୍ଡରେ ଆସିଥିବା ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ମଙ୍ଗଳବାର ସରିବା ପରେ ସିବିଆଇ ଟିମ୍‌ ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲା। ପରେ ସମସ୍ତଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର କରାଯାଇଥିଲା। ତେବେ ଆଉ କିଛି ତଥ୍ୟ ହାସଲ ପାଇଁ ୩ ଅଭିଯୁକ୍ତଙ୍କୁ ପୁନର୍ବାର ୫ ଦିନିଆ ରିମାଣ୍ଡରେ ନେବା ପାଇଁ ସିବିଆଇ ଓକିଲ ଆବେଦନ କରିଥିଲେ। ଏହି ଆବେଦନକୁ କୋର୍ଟ ଗ୍ରହଣ କରି ୪ ଦିନିଆ ରିମାଣ୍ଡ ଅନୁମତି ଦେଇଥିଲେ। ତେବେ ସମନ ହୋଇଥିବା ଷ୍ଟେଶନ ମାଷ୍ଟରଙ୍କ ସମେତ ୩ ଅଭିଯୁକ୍ତଙ୍କୁ ମୁହାଁମୁହିଁ ଜେରା କରିବାକୁ ସିବିଆଇ ଯୋଜନା କରିଥିବା ସୂଚନା ମିଳିଛି। ଅପରପକ୍ଷରେ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ ଓ ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାନ୍‌ଙ୍କ ପକ୍ଷରୁ କୋର୍ଟରେ ଜାମିନ ଆବେଦନ କରାଯାଇଛି। ତେବେ ଏହି ଜାମିନ ଆବେଦନକୁ ସିବିଆଇ ପକ୍ଷରୁ ବିରୋଧ କରାଯାଇ ବିଭିନ୍ନ ଦିଗକୁ ନେଇ ଯୁକ୍ତି ଉପସ୍ଥାପନ କରାଯାଇଛି। ଜାମିନ ଆବେଦନର ଶୁଣାଣି କୋର୍ଟ ପରବର୍ତ୍ତୀ ସମୟରେ କରିବେ। ଦ୍ୱିତୀୟ ପର୍ଯ୍ୟାୟରେ ଅଭିଯୁକ୍ତଙ୍କଠାରୁ ଦୁର୍ଘଟଣା ପଛର ପ୍ରକୃତ ସତ ଜାଣିବା ପାଇଁ ସିବିଆଇ ଟିମ୍‌ ପ୍ରୟାସ କରିବ। ଏହି ଦୁର୍ଘଟଣାକୁ ସେମାନେ ଜାଣିଜାଣି କରିଥିଲେ କି, ଏହା ପଛରେ ବଡ଼ ଷଡ଼ଯନ୍ତ୍ର ରହିଛି କି, ଆଉ କେତେଜଣ ରେଲଓ୍ବେ ଅଧିକାରୀ ଏହି ଦୁର୍ଘଟଣାରେ ସମ୍ପୃକ୍ତ ଅଛନ୍ତି ଏଭଳି ବିଭିନ୍ନ ପ୍ରଶ୍ନ ଓ ଦିଗକୁ ନେଇ ସିବିଆଇ ତଥ୍ୟ ହାସଲ କରିବାକୁ ଆଶା ରଖିଛି। ସେପଟେ ଅଭିଯୁକ୍ତମାନେ ଗଣମାଧ୍ୟମର ପ୍ରଶ୍ନରେ ଚୁପ୍‌ ରହିବା ନେଇ ଉକ୍ତ ଘଟଣାରେ ସେମାନଙ୍କ ସମ୍ପୃକ୍ତି ଥିବା ସନ୍ଦେହକୁ ଦୃଢ କରୁଛି। ଅଭିଯୁକ୍ତମାନଙ୍କ ନାମରେ ପ୍ରାଥମିକ ତଦନ୍ତ ଆଧାରରେ ଆଇପିସି ଦଫା ୩୦୪ (ହତ୍ୟା ଉଦ୍ଦେଶ୍ୟ ନ ଥାଇ ମରଣ ମୁହଁକୁ ଠେଲିଦେବା), ୨୦୧ (ପ୍ରମାଣ ନଷ୍ଟ) ଏବଂ ୧୫୩ ରେଲ୍‌ୱେ ଆକ୍ଟ ରୁଜୁ କରାଯାଇଛି। ଯଦି ଦୁର୍ଘଟଣା ସେମାନଙ୍କ ଜାଣତରେ ହୋଇଥିବ ତେବେ ଚାର୍ଜଶିଟ୍‌ ଦାଖଲ ସମୟରେ ସେମାନଙ୍କ ବିରୋଧରେ ଆଇପିସିର ହତ୍ୟା ଦଫା ମଧ୍ୟ ଲାଗିପାରିବ ବୋଲି ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି। ସୂଚନାଯୋଗ୍ୟ, ଜୁନ ୨ ତାରିଖ ସାରେ ଏହି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଥିଲା। ଏଥିରେ ମୃତ୍ୟୁ ସଂଖ୍ୟା ୨୯୩ ଛୁଇଁଥିବାବେଳେ ଏବେ ବି ଅନେକ ଆହତ ଡାକ୍ତରଖାନାରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri