ପୁଣି ରାସ୍ତାରେ ୫ ଫୁଟ୍‌ର ଗର୍ତ୍ତ

କଟକ ଅଫିସ,୧୦ା୮: କଟକ ସହରର ଅନେକ ସ୍ଥାନରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଠିକା ସଂସ୍ଥା ଜାଇକା ବିଭିନ୍ନ ଓ୍ବାର୍ଡରେ ରାସ୍ତା ମରାମତି ଆଳରେ ଖୋଳିଦେଇଛି। ବର୍ଷା ହେଲେ ସେଥିରେ ପାଣି ଜମି ରହୁଛି। ପଥଚାରୀମାନେ ସେଥିରେ ପଡି ଖଣ୍ଡିଆଖାବରା ହେଉଛନ୍ତି। ଦୀର୍ଘଦିନ ଧରି ରାସ୍ତା ମରାମତି ନ ହେବାରୁ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ମଙ୍ଗଳବାର କଟକ ତୁଳସୀପୁର ପୋଲିସ ହାଇସ୍କୁଲ ନିକଟରେ ୫ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି। ଏଥିଯୋଗୁ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଥିଲା। ଖବରପାଇ କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଜାଇକା କର୍ମଚାରୀଙ୍କୁ ଡକାଇ ଖାଲ ମରାମତି କରାଇଥିଲେ। ଫଳରେ ଯାତାୟାତ ସ୍ବାଭାବିକ ହୋଇଥିଲା। ଏହି ସମୟରେ ସ୍ଥାନୀୟ କର୍ପୋରେଟର ଓ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ। ଏହାପରେ ମେୟର ଅନେକ ବିଭାଗର ଅଧିକାରୀଙ୍କୁ ଧରି ବିଭିନ୍ନ ସ୍ଥାନରେ ହୋଇଥିବା ଖାଲ ବୁଲି ଦେଖିବା ସହ ତୁରନ୍ତ ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ସୂଚନାଯୋଗ୍ୟ, ଗତ ୧୭ ତାରିଖ ରାତିରେ ତୁଳସୀପୁର ହାଇକୋର୍ଟ କଲୋନୀ ନିକଟ ରାସ୍ତାରେ ସମାନ ଅବସ୍ଥା ଦେଖିବାକୁ ମିଳିଥିଲା। ନିମ୍ନମାନର କାର୍ଯ୍ୟ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ। ପରେ ଏହି ରାସ୍ତା ମରାମତି କରାଯାଇଥିଲା। ସେହିପରି ନିମ୍ନମାନର କାମ ଯୋଗୁ ଗତ ୩୦ ତାରିଖରେ ଚୌଧୁରୀ ବଜାର ଦୁର୍ଗାଘର ସମ୍ମୁଖ ରାସ୍ତା ମଝିରେ ପ୍ରାୟ ୫ ଫୁଟର ଗର୍ତ୍ତ ସୃଷ୍ଟି ହୋଇଥିଲା। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ମେୟର ପହଞ୍ଚି ନିମ୍ନମାନର କାର୍ଯ୍ୟକୁ ଦେଖି ଅସନ୍ତୋଷ ପ୍ରକାଶ କରିଥିଲେ। ଜାଇକା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବା ପରେ ବାଲି ଭର୍ତ୍ତି କରାଯାଇ ଉକ୍ତ ଗର୍ତ୍ତ ମରାମତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri