ପୁଣି ରାସ୍ତାରେ ୫ ଫୁଟ୍‌ର ଗର୍ତ୍ତ

କଟକ ଅଫିସ,୧୦ା୮: କଟକ ସହରର ଅନେକ ସ୍ଥାନରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଠିକା ସଂସ୍ଥା ଜାଇକା ବିଭିନ୍ନ ଓ୍ବାର୍ଡରେ ରାସ୍ତା ମରାମତି ଆଳରେ ଖୋଳିଦେଇଛି। ବର୍ଷା ହେଲେ ସେଥିରେ ପାଣି ଜମି ରହୁଛି। ପଥଚାରୀମାନେ ସେଥିରେ ପଡି ଖଣ୍ଡିଆଖାବରା ହେଉଛନ୍ତି। ଦୀର୍ଘଦିନ ଧରି ରାସ୍ତା ମରାମତି ନ ହେବାରୁ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ମଙ୍ଗଳବାର କଟକ ତୁଳସୀପୁର ପୋଲିସ ହାଇସ୍କୁଲ ନିକଟରେ ୫ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି। ଏଥିଯୋଗୁ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଥିଲା। ଖବରପାଇ କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଜାଇକା କର୍ମଚାରୀଙ୍କୁ ଡକାଇ ଖାଲ ମରାମତି କରାଇଥିଲେ। ଫଳରେ ଯାତାୟାତ ସ୍ବାଭାବିକ ହୋଇଥିଲା। ଏହି ସମୟରେ ସ୍ଥାନୀୟ କର୍ପୋରେଟର ଓ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ। ଏହାପରେ ମେୟର ଅନେକ ବିଭାଗର ଅଧିକାରୀଙ୍କୁ ଧରି ବିଭିନ୍ନ ସ୍ଥାନରେ ହୋଇଥିବା ଖାଲ ବୁଲି ଦେଖିବା ସହ ତୁରନ୍ତ ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ସୂଚନାଯୋଗ୍ୟ, ଗତ ୧୭ ତାରିଖ ରାତିରେ ତୁଳସୀପୁର ହାଇକୋର୍ଟ କଲୋନୀ ନିକଟ ରାସ୍ତାରେ ସମାନ ଅବସ୍ଥା ଦେଖିବାକୁ ମିଳିଥିଲା। ନିମ୍ନମାନର କାର୍ଯ୍ୟ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ। ପରେ ଏହି ରାସ୍ତା ମରାମତି କରାଯାଇଥିଲା। ସେହିପରି ନିମ୍ନମାନର କାମ ଯୋଗୁ ଗତ ୩୦ ତାରିଖରେ ଚୌଧୁରୀ ବଜାର ଦୁର୍ଗାଘର ସମ୍ମୁଖ ରାସ୍ତା ମଝିରେ ପ୍ରାୟ ୫ ଫୁଟର ଗର୍ତ୍ତ ସୃଷ୍ଟି ହୋଇଥିଲା। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ମେୟର ପହଞ୍ଚି ନିମ୍ନମାନର କାର୍ଯ୍ୟକୁ ଦେଖି ଅସନ୍ତୋଷ ପ୍ରକାଶ କରିଥିଲେ। ଜାଇକା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବା ପରେ ବାଲି ଭର୍ତ୍ତି କରାଯାଇ ଉକ୍ତ ଗର୍ତ୍ତ ମରାମତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri