ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ ବାତ୍ୟାର ଭୟ ଟଳି ନାହିଁ। ଚାଇନା ସାଗର ଉପକୂଳରେ ଆଉ ଏକ ବାତ୍ୟାର ସମ୍ଭାବନା ରହିଛି। ଆସନ୍ତା ନଭେମ୍ବର ପ୍ରଥମ ସପ୍ତାହରେ ଏହା ଭୟଙ୍କର ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ୟୁରୋପିଆନ ସେଣ୍ଟର ଫର ମିଡିୟମ ରେଞ୍ଜ ଫୋରକାଷ୍ଟ (ଇସିଏମ୍‌ଡବ୍ଲ୍ୟଏଫ୍‌) ସମେତ କେତେକ ଅନ୍ତର୍ଜାତୀୟ ପାଣିପାଗ ମଡେଲ ସୂଚନା ଅନୁଯାୟୀ ନଭେମ୍ବର ୬ କିମ୍ବା ୭ ତାରିଖ ବେଳକୁ ଚାଇନା ସାଗରରେ ଥିବା ଘୂର୍ଣ୍ଣିବଳୟ ସାମୁଦ୍ରିକ ଝଡ଼ରେ ପରିଣତ ହୋଇପାରେ। ଏହା ଓଡ଼ିଶା କିମ୍ବା ତାମିଲନାଡୁ ଉପକୂଳମୁହାଁ ହେବାର ସମ୍ଭାବନା ରହିଛି। ତେବେ ଏ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଅନେକ ସମୟ ଥିବାରୁ ଏବେଠାରୁ ବାତ୍ୟାକୁ ନେଇ ଆକଳନ କରାଯାଇପାରିବ ନାହିଁ। ଆସନ୍ତା ୩୦ କିମ୍ବା ୩୧ ତାରିଖ ବେଳକୁ ଏ ନେଇ କିଛି ସୂଚନା ମିଳି ପାରିବ ବୋଲି ଜଣେ ପାଣିପାଗ ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?