ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ରାଜ୍ୟରେ ଲାଗୁ ହେଉ ଆୟୁଷ୍ମାନ୍‌ ଭାରତ

ଭୁବନେଶ୍ୱର,୧୩।୯(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟରେ ଜାତୀୟ ଡିଜିଟାଲ ସ୍ବାସ୍ଥ୍ୟ ମିଶନ(ଏନ୍‌ଡିଏଚ୍‌ଏମ୍‌) ଏବଂ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଏହି ଯୋଜନାଗୁଡିକ ରାଜ୍ୟବାସୀଙ୍କ ଜୀବନରେ ଉନ୍ନତି ଆଣିବ। ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀର ଲାଲକିଲ୍ଲାରୁ ଜାତୀୟ ଡିଜିଟାଲ ସ୍ବାସ୍ଥ୍ୟ ମିଶନ ଶୁଭାରମ୍ଭ କରିଥିଲେ। ଏହି ମିଶନ ଟେକ୍ନୋଲୋଜି ମାଧ୍ୟମରେ ରାଜ୍ୟର ପ୍ରବାସୀଙ୍କ ସମେତ ଦେଶର ସମସ୍ତ ନାଗରିକଙ୍କୁ ସ୍ବାସ୍ଥ୍ୟ ସୁବିଧା ଯୋଗାଇଦେବାରେ ସହାୟକ ହେବ। ସ୍ବତନ୍ତ୍ର ସ୍ବାସ୍ଥ୍ୟସେବା ଆଇଡି ଦ୍ୱାରା ଦେଶର ପ୍ରତ୍ୟେକ ନାଗରିକ ସବୁ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ଯଥା ମେଡିକାଲ ପରୀକ୍ଷା, ପୂର୍ବ ଔଷଧୀୟ ସୂଚୀ, ରୋଗ ନିରାକରଣ, ଚିକିତ୍ସା ଉପଚାର, ସବୁ ସ୍ବାସ୍ଥ୍ୟସେବା ରେକର୍ଡର ସୁବିଧା ପାଇପାରିବେ। ସମସ୍ତଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବା ଦିଗରେ ମଧ୍ୟ ଜାତୀୟ ଡିଜିଟାଲ ସ୍ବାସ୍ଥ୍ୟ ମିଶନ ଅଗ୍ରସର ହେବ ବୋଲି ସେ କହିଛନ୍ତି। କୋଭିଡ୍‌-୧୯ ମହାମାରୀରେ ବାହାରେ କାମ କରୁଥିବା ଲୋକମାନେ ଏହି ସାମାଜିକ କଲ୍ୟାଣକାରୀ ଯୋଜନା ପାଇବାରେ ଅସୁବିଧା ଭୋଗୁଛନ୍ତି। ଦେଶବ୍ୟାପୀ ସ୍ବତନ୍ତ୍ର ସ୍ବାସ୍ଥ୍ୟସେବା ପରିଚୟ ପ୍ରବାସୀ ତଥା ବାହାରେ କାମ କରୁଥିବା ଲୋକଙ୍କୁ ଲାଭ ଦେବ। ଏହାଦ୍ୱାରା ସ୍ବାସ୍ଥ୍ୟସେବା ପାଉ ନ ଥିବା ଦୁର୍ଗମ ଅଞ୍ଚଳରେ ରହୁଥିବା ଲୋକମାନେ ମଧ୍ୟ କମ୍‌ ମୂଲ୍ୟରେ ଉତ୍ତମ ସ୍ବାସ୍ଥ୍ୟସେବାର ସୁବିଧା ପାଇପାରିବେ। ଜାତୀୟ ଡିଜିଟାଲ ସ୍ବାସ୍ଥ୍ୟ ମିଶନ ସ୍ବାସ୍ଥ୍ୟସେବା ପ୍ରଦାନ କରୁଥିବା ସଂସ୍ଥାକୁ ମଧ୍ୟ ସଶକ୍ତ କରିବ। ଏହାକୁ କେନ୍ଦ୍ରଶାସିତ ଅଞ୍ଚଳ ଯଥା ଚଣ୍ଡିଗଡ଼, ଲଦାଖ, ଦାଦ୍ରା ଏବଂ ନଗର ହାବେଳି, ଡାମନ ଏବଂ ଡିଉ, ପୁଡୁଚେରୀ, ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ ଲାକ୍ଷାଦ୍ୱୀପରେ ପାଇଲଟ୍‌ ମୋଡ୍‌ରେ ଲାଗୁ କରାଯାଉଛି। ଏହାଦ୍ୱାରା ଓଡ଼ିଶାର ୬୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କ ସମେତ ଦେଶର ୫୦ କୋଟି ଲୋକଙ୍କୁ ଅନ୍ତର୍ଭୁକ୍ତ କରିବାର ଯୋଜନା ରହିଛି। ଏହାକୁ ଲାଗୁ କରାଗଲେ ଓଡ଼ିଶାର ଲୋକମାନେ ଠିକ୍‌ ସମୟରେ କମ୍‌ ମୂଲ୍ୟରେ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri