ପୁଣି ଅଳଭା ବ୍ରାହ୍ମଣୀ ପଠାରୁ ବାଲିମାଟି ଚାଲାଣ

ପଟ୍ଟାମୁଣ୍ଡାଇ,୨୭ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ଅଳଭା ବ୍ରାହ୍ମଣୀ ନଦୀ ଅଳଭାପାଳରେ ବଡ଼ ବଡ଼ ଗାତ କରାଯାଇ ପୁଣି ମାଟି ଚାଲାଣ କରାଯାଇଛି। ମାଟି ବ୍ୟବସାୟୀମାନେ ଏଥିରେ ଲାଭବାନ୍‌ ହେଉଥିବା ବେଳେ ରାଜ୍ୟ ସରକାର ରାଜସ୍ବ ହରାଉଛନ୍ତି। ସରକାରଙ୍କ ସମସ୍ତ ନୀତିନିୟମକୁ ଉଲ୍ଲଂଘନ କରାଯାଇ ଜେସିବି ଓ ଟ୍ରାକ୍ଟର ଦ୍ୱାରା ପ୍ରତିଦିନ ଶତାଧିକ ଟ୍ରିପ୍‌ ମାଟି ଉଠାଯାଉଛି। ଉପରୋକ୍ତ ସ୍ଥାନରୁ ମାଟି ଉଠାଣକୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ବନ୍ଦ କରିବା ସହ କେନ୍ଦ୍ରାପଡ଼ା ଜିଲା ପ୍ରଶାସନକୁ କଡ଼ା ସମାଲୋଚନା କରିଥିଲେ। ମାଟି ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଟଙ୍କାର ଜରିମାନା ଆଦାୟ କରିବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଥିଲେ। ଏତେସବୁ କଟକଣା ଥାଇ ବି କେତେଜଣ ସରକାରୀ କର୍ମଚାରୀଙ୍କ ସହଯୋଗରେ ମାଟି ଚାଲାଣ କରାଯାଉଥିବା ଅଭିଯୋଗ ହୋଇଛି।
ଏ ସଂକ୍ରାନ୍ତରେ ସାମାଜିକ କର୍ମୀ ସର୍ବେଶ୍ୱର ସେଠୀ କହିଛନ୍ତି, ପଟ୍ଟାମୁଣ୍ଡାଇ ତହସିଲ ଅଧୀନ ଅଳଭାପାଳରେ ଥିବା ସରକାରୀ ଜମିରୁ ବେଧଡ଼କ ଭାବେ ମାଟି ବାଲି ଉଠାଣ ଚାଲିଛି। ଏ ସମ୍ପର୍କରେ ନିମପୁର ଶାସନ ଓ ଅଳଭା ଗ୍ରାମବାସୀ ଅଭିଯୋଗ କରିବା ସହ ଏହା ବନ୍ୟା ନିରୋଧକ ବନ୍ଧ ପ୍ରତି ବିପଦ ସୃଷ୍ଟି କରୁଛି ବୋଲି କହିଛନ୍ତି। ସ୍ଥାନୀୟ ତହସିଲଦାର ବେଆଇନ ମାଟି ଉଠାଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବିକରି ଆସୁଛନ୍ତି। ଅଳଭା ବ୍ରାହ୍ମଣୀ ନଦୀପଠାରୁ ବାଲିମାଟି ଉଠାଣକୁ ନେଇ ଏନ୍‌ଜିଟି ପକ୍ଷରୁ ମାମଲା ରୁଜୁ କରାଯାଇ ସମ୍ପୂର୍ଣ୍ଣ ମାଟି ଉଠାଣକୁ ବନ୍ଦ କରାଯାଇଥିଲା। ମାତ୍ର ଏହାର ୧ କି.ମି. ଦୂରରେ ମାଟି ବ୍ୟବସାୟୀମାନେ ଜେସିବି ଲଗାଇ ହାଇୱାରେ ମାଟି ଉଠାଇଛନ୍ତି। ଏହାକୁ ନେଇ ପ୍ରଶାସନ କାହିଁକି ନୀରବଦ୍ରଷ୍ଟା ସାଜିଛି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସାମାଜିକ କର୍ମୀ ମିଟୁ ଦାଶ କହିଛନ୍ତି, ଅଳଭାଠାରେ ବ୍ରାହ୍ମଣୀ ନଦୀ ପଠାରୁ ବେଆଇନ ବାଲିମାଟି ଉଠାଣ ନେଇ ଏନ୍‌ଜିଟି ରହିତାଦେଶ ଦେଇଥିଲେ। କିନ୍ତୁ ସେଠାରୁ ବାଲି ମାଟି ଉଠାଣ ବନ୍ଦ ଥିବା ବେଳେ ପୁଣି କିପରି ବେଆଇନ ଭାବେ ଏହା ହେଉଛି ସେ ନେଇ ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନାକରି ଏନ୍‌ଜିଟିର ଦ୍ୱାରସ୍ଥ ହେବି। ଏ ସମ୍ପର୍କରେ ତହସିଲଦାର ଦିଲୀପ ସେଠୀଙ୍କୁ ପଚାରିବାରେ ସରକାରୀ ରାସ୍ତା କାମ ପାଇଁ ବାଲି ମାଟି ଉଠାଣ ହେଉଛି। ମାତ୍ର ଏନ୍‌ଜିଟି ବନ୍ଦ କରିଥିବା ଅଳଭାପାଳରୁ ବାଲି ଉଠାଇବା ଘଟଣା ବାବଦରେ ଅଭିଯୋଗ ପାଇଛି ଏହା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଯେଉଁ ଠିକାଦାରମାନେ ସରକାରୀ କାମ କରୁଛନ୍ତି ସେମାନେ ଦୂରରୁ ମାଟି କିଣି ଆଣି କାମ କରିବାକୁ ଚୁକ୍ତି ସ୍ବାକ୍ଷର କରିଛନ୍ତି। ମାତ୍ର ସ୍ଥାନୀୟ ପ୍ରଶାସନକୁ ହାତକରି ବେଆଇନ ଭାବେ ସରକାରୀ ଜମିରୁ ବିନା ମୂଲ୍ୟରେ ମାଟି ଉଠାଇବା ଘଟଣା ସମଗ୍ର ଅଞ୍ଚଳ ପାଇଁ ବିପଦ ସୃଷ୍ଟି କରିବ ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri