Posted inଜାତୀୟ

ପୁଣି ଇଡିରେ ହାଜର ହେଲେନି ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲ ପୁଣି ଥରେ ଇଡିରେ ହାଜର ହେବେ ନାହିଁ। ଆମ ଆଦମୀ ପାର୍ଟି କହିଛି, କେଜ୍‌ରିୱାଲ ଇଡି ଯିବେ ନାହିଁ। ଏହି ମାମଲା କୋର୍ଟରେ ଅଛି ଏବଂ କୋର୍ଟରେ ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୬ରେ ହେବ। ଦୈନିକ ସମନ ପଠାଇବା ପରିବର୍ତ୍ତେ ଇଡି କୋର୍ଟର ନିଷ୍ପତ୍ତିକୁ ଅପେକ୍ଷା କରିବା ଉଚିତ। ଇଣ୍ଡିଆ ମେଣ୍ଟ ଛାଡିବାକୁ ଆମ ଉପରେ ଏହି ପ୍ରକାର ଚାପ ପଡୁଛି, ଆମେ ଏହାକୁ ଛାଡିବୁ ନାହିଁ। ମୋଦି ସରକାର ଆମ ଉପରେ ଏହିପରି ଚାପ ପକାଇବା ଉଚିତ୍‌ ନୁହେଁ।
ଅରବିନ୍ଦ କେଜ୍‌ରିୱାଲ କହିଛନ୍ତି, ଇଡି ଡାକିବା ବେଆଇନ ଅଟେ। ଯଦି ଏକ ଆଇନଗତ ସଠିକ ସମନ ପଠାଯାଏ ତେବେ ସେ ନିଶ୍ଚିତ ଭାବରେ ଇଡି ଆଗରେ ହାଜର ହେବେ। ଲୋକ ସଭା ନିର୍ବଚନ ପୂର୍ବରୁ ମୋତେ ଗିରଫ କରିବା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ଷଡଯନ୍ତ୍ରର ଅଂଶ। ତାଙ୍କୁ ଗିରଫ କରି ସେ ଦିଲ୍ଲୀ ସରକାରକୁ ହାତେଇବାକୁ ଚାହୁଁଛନ୍ତି। କିନ୍ତୁ ଆମେ ନିଶ୍ଚିତ ଭାବରେ ଏହା ଘଟିବାକୁ ଦେବୁ ନାହିଁ। ଏହି ସମନଗୁଡିକ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ।
ଅରବିନ୍ଦ କେଜ୍‌ରିୱାଲଙ୍କ ଓକିଲଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନରେ କୁହାଯାଇଛି ଯେ, ଦିଲ୍ଲୀ ବିଧାନସଭାର ବଜେଟ ଅଧିବେଶନ ଫେବୃଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ। ମାର୍ଚ୍ଚ ୧୬ରେ ପରବର୍ତ୍ତୀ ଶୁଣାଣି ଦିନ ସେ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହେବେ ବୋଲି ଏଥିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?