ପୁଣି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ପୁଣି ଆଉ ଏକ ଲଘୁଚାପ ଆସୁଛି। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଅଧିକି ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ଆଶଙ୍କା କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ଏହି ସୂଚନା ଦିଆଯାଇଛି। ଅଗଷ୍ଟ ୧୧ ଓ ୧୨ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ କମିବ। ୨ଦିନର ବ୍ରେକ୍‌ ପରେ ଅଗଷ୍ଟ ୧୩ ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢ଼ିବ ନେଇ ଅନୁମାନ କରାଯାଇଛି।